ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମହାନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

Published By : Rasmita Pradhan | May 10, 2025 11:35 AM

ଭୁବନେଶ୍ଵର, ୧୦/୦୫ : ମହାନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର। ହତ୍ୟା ଅଭିଯୋଗ। ସାଲେପୁର କିଶନନଗର ଥାନା ଗୁଆଳି ମଠ ସାହି ମହାନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। କିଛି ଦୂରରୁ ବାଇକ୍ ସହ ପ୍ୟାଣ୍ଟ୍, ସାର୍ଟ, ଚପଲ ପଡ଼ିଛି। ମୃତକ ଜଣଙ୍କ ହେଉଛନ୍ତି ନିଶ୍ଚିନ୍ତକୋଇଲି ସରପଡ଼ା ବୋଧଙ୍ଗ ଗାଁର ଦେବେନ୍ଦ୍ର ସ୍ଵାଇଁଙ୍କ ପୁଅ ଅମ୍ଳାନ ଜ୍ୟୋତି ସ୍ଵାଇଁ। ଅମ୍ଳାନ ଜ୍ୟୋତିଙ୍କୁ କେହି ମାରି ମହାନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। କିଶନନଗର ଓ ସାଲେପୁର ପୋଲିସ ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ, ନିଶ୍ଚିନ୍ତକୋଇଲି ସରପଡା ବୋଧଙ୍ଗ ଗାଁର ଦେବେନ୍ଦ୍ର ସ୍ବାଇଁଙ୍କ ପରିବାର ସାଲେପୁର ମାଛୁଆତି ଗ୍ରାମରେ ଭଡା ନେଇ ରହୁଥିଲେ। ପ୍ରତିଦିନ ଭଳି ପୁଅ ଅମ୍ଳାନ ଗତକାଲି ସନ୍ଧ୍ୟାରେ ଯୋଗ କରିବାକୁ ଆସି ଘରକୁ ଫେରି ନଥିଲେ। ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ଆଜି ସକାଳୁ କିଶନନଗର ଥାନା ମହାନଦୀ କୂଳରେ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଅନତି ଦୂରରେ ବାଇକ୍ ଓ ପ୍ୟାଣ୍ଟ୍ ,ସାର୍ଟ, ଚପଲ ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ଏନେଇ ପରିବାର ଲୋକେ ଥାନାରେ ହତ୍ୟା ଅଭିଯୋଗ କରିଥିଲେ। ଘଟଣାସ୍ଥଳରେ କିଶନନଗର ଓ ସାଲେପୁର ପୋଲିସ ପହଞ୍ଚି ମୃତଦେହ, ଗାଡି ଓ ମୋବାଇଲକୁ ଜବତ କରିଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି।

ଏହି ଖବରଟିକୁ ପଢନ୍ତୁ-ରାଜ୍ୟରେ ସମସ୍ତ ଜିଲ୍ଲାପାଳ ଓ IPSଙ୍କ ଛୁଟି ବାତିଲ, ହେଡକ୍ଵାଟର୍ ନଛାଡ଼ିବାକୁ ନିର୍ଦ୍ଦେଶ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.