ପ୍ରମୂଖ ଖବର
  • ହାଇପ୍ରୋଫାଇଲ ଠକ ଯୋଡି ହଂସିକା-ଅନିଲଙ୍କୁ ଆଶ୍ବସ୍ତି, ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍
  • ||
  • ଦେବଗଡ଼ : ଶଗଡ଼ ଗାଡ଼ିକୁ ଧକ୍କା ଦେଇ ଅଜଣା ଗାଡ଼ି ଫେରାର, ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ବୈପାରୀଗୁଡ଼ା ଥାନା ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୨ ଜବତ ଗାଡି
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଦିଲ୍ଲୀ ବାସଭବନ ୮୪ ବର୍ଷ ବୟସରେ ବିୟୋଗ
  • ||
  • ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାମୁହିଁ; ଜଣ ଆତଙ୍କୀ ସଫା
  • ||
  • ସୁନ୍ଦରଗଡ଼ : ଗୋମାଂସକୁ ନେଇ ମୁଣ୍ଡାଗାଁରେ ଉତ୍ତେଜନା, ଜଣେ ଗିରଫ
  • ||
  • ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଖିବାକୁ ମିଳିଲା ଦୁର୍ଲଭ ଦୃଶ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ, ଧୋଇଗଲା ପ୍ରଶ୍ନକାଳ, ଦିନ ୧୨ଟା ୧୫ ମିନିଟ୍ ଯାଏ ଗୃହ ମୁଲବତୀ
  • ||
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ପ୍ରୟାଗରାଜରେ ଭୀଷଣ ଦୁର୍ଘଟଣା : ବସ୍ ସହ ଧକ୍କା ହେଲା ବୋଲେରୋ, ୧୦ ଶ୍ରଦ୍ଧାଳୁଙ୍କ ଚାଲିଗଲା ଜୀବନ

Published By : Prameya | February 15, 2025 8:49 AM

ମିର୍ଜାପୁର, ୧୫/୦୨ : କୁମ୍ଭ ଯାତ୍ରା ହେଲା ଶେଷ ଯାତ୍ରା। ପ୍ରୟାଗରାଜ-ମିର୍ଜାପୁର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା। ବସ୍ ସହ ଧକ୍କା ହେଲା ବୋଲେରୋ। ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ । ବୋଲେରୋ ଯୋଗେ ଛତିଶଗଡ଼ରୁ ମହାକୁମ୍ଭ ଯାଉଥିଲେ ଶ୍ରଦ୍ଧାଳୁ। 

ସୂଚନାନୁଯାୟୀ, ଛତିଶଗଡ଼ କୋରବା ଜିଲ୍ଲାର କିଛି ଶ୍ରଦ୍ଧାଳୁ ଏକ ବୋଲେରୋ ଯୋଗେ ମହାକୁମ୍ଭରେ ବୁଡ଼ ପକାଇବାକୁ ପ୍ରୟାଗରାଜ ଯାଉଥିଲେ। ଶୁକ୍ରବାର ବିଳମ୍ଵିତ ରାତିରେ ପ୍ରୟାଗରାଜ-ମିର୍ଜାପୁର ଜାତୀୟ ରାଜପଥରେ ବୋଲେରୋଟି ଏକ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ବୋଲେରୋରେ ଥିବା ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ବସ୍‌ରେ ଥିବା ୧୯ ଜଣ ଯାତ୍ରୀ ଆହତ ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛି। ସମସ୍ତ ଆହତଙ୍କୁ ରାମନଗର ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍‌ରେ ଥିବା ଶ୍ରଦ୍ଧାଳୁମାନେ ମଧ୍ୟପ୍ରଦେଶ ରାଜଗଡ଼ ଅଞ୍ଚଳର। ଏମାନେ କୁମ୍ଭରେ ବୁଡ଼ ପକାଇ ବାରାଣସୀ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ମହାକୁମ୍ଭରେ ବୁଡ଼ ପକାଇ ଫେରିବା ବେଳେ ଦୁର୍ଘଟଣା : ବସ୍ ସହ କାର୍ ଧକ୍କା, ଯୁବକଙ୍କ ଅକାଳ ମୃତ୍ୟୁ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.