ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସାରି ଫେରୁଥିଲେ, ବହିରା ଛକ ନିକଟରେ ବୋଲେରୋକୁ ଧକ୍କା ଦେଲା ଟ୍ରକ୍‌

ବୌଦ୍ଧ ୦୪/୦୨ : କାଳ ସାଜିଲା କୁହୁଡ଼ି। ଏନ୍‌ଏଚ୍‌ ୫୭ ବହିରା ଛକ ନିକଟରେ ବୋଲେରୋକୁ ସାମ୍ନା ପଟୁ ପିଟିଲା ଟ୍ରକ। ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ମହିଳା ଓ ଶିଶୁ ଥିବା ସୂଚନା ମିଳିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ବାଉଁଶୁଣି ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବିକ, ବରଗଡ଼ ଜିଲ୍ଲା ବିଜେପୁର ଅଞ୍ଚଳର ସମସ୍ତ ଯାତ୍ରୀ ପୁରୀରୁ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସାରି ଫେରୁଥିଲେ । ହେଲେ ଅଧାରାସ୍ତାରେ ଘଟିଲା ଅଘଟଣ । ବୋଲେରୋ- ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ ଗାଡିରେ ୧୨ ଜଣ ଯାତ୍ରୀ ଆହତ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ବାଉଁଶୁଣି ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ପରେ ବାଉଁଶୁଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ବାକି ଗୁରୁତରଙ୍କ ମଧ୍ୟରେ ଶିଶୁ ଏବଂ ମହିଳା ଥିବା ଜଣାପଡିଛି । ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.