ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଅର୍ଡିନାନ୍ସ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ: ୨ କର୍ମଚାରୀ ମୃତ, ୧୨ ଆହତ

Published By : Harapriya Biswal | October 22, 2024 1:56 PM

ଜବଲପୁର,୨୨।୧୦: ମଧ୍ୟ ପ୍ରଦେଶର ଜବଲପୁର ଅର୍ଡିନାନ୍ସ ଫ୍ୟାକ୍ଟ୍ରି ଖମାରିୟାର ଏଫ୍‌-୬ରେ ଭୟଙ୍କର ବିସ୍ଫୋରଣ। ଏଥିରେ ୨ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଘଟଣାର ସୂଚନା ମିଳିବା ମାତ୍ରେ ପୋଲିସ ପ୍ରଶାସନ ସହ ଅଧିକାରୀ ଘଟଣାସ୍ଥଳରେ ପହଁଞ୍ଚିଥିଲେ। ଆହତଙ୍କୁ ଖମାରିଆ ହସ୍ପିଟାଲରେ  ଭର୍ତ୍ତି କରାଯାଇଛି। ଫ୍ୟାକ୍ଟ୍ରି ମ୍ୟାନେଜମେଣ୍ଟ ଘଟଣାସ୍ଥଳରେ ପହଁଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି। ବ୍ଲାଷ୍ଟ ଫ୍ୟାକ୍ଟ୍ରିର ଏଫ୍‌-୬ ସେକ୍ସନ ବିଲ୍ଡିଂ ନମ୍ବର ୨୦୦ ରେ ହୋଇଛି। ଆୟୁଧ ନିର୍ମାଣ ଖମାରିୟାର ଜିଏଫ୍ ସହ ଅନ୍ୟ ଅଧିକାରୀ ଘଟଣାସ୍ଥଳରେ ଅଛନ୍ତି।  

ତେବେ ଏହି ବିସ୍ଫୋରଣ କିଭଳି ହେଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ତଥାପି କୁହାଯାଉଛି ଯେ, ବମ୍ ଫିଲିଂ ବେଳେ ଏହି ବିସ୍ଫୋରଣ ହୋଇଛି।   ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ଅନେକ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେଣୁ ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ। ଅର୍ଡନାନ୍ସ ଫ୍ୟାକ୍ଟ୍ରିର ଜଣେ ଅଧିକାରୀଙ୍କ କହିବା ମୁତାବକ, ସକାଳ ୧୦ଟା ୩୦ରେ ଏହି ବିସ୍ଫୋରଣ ଘଟିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.