ପ୍ରମୂଖ ଖବର
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର

Published By : Harapriya Sethi | April 7, 2025 12:02 PM

ଭୁବନେଶ୍ୱର,୦୭/୦୪: ବାଇକ୍ ଦୁର୍ଘଟଣା ହେବା ପରେ ବିସ୍ଫୋରଣ ହେଲା ବୋମା । ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ଷଢେଇଗଡ ଗ୍ରାମର ନିରାକାର ସିଂ । ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଷଢେଇଗଡ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । 

ସୂଚନା ମୁତାବକ, ରବିବାର ବିଳମ୍ବିତ ରାତିରେ ବାଇକ୍‌ରେ ବୋମା ନେଇ ଯାଉଥିବା ବେଳେ ଷଢେଇଗଡ ବିଶ୍ୱାଳ ସାହି ନିକଟରେ ବାଇକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରସାମ୍ୟ ହରାଇ ବାଇକ୍‌ଟି ଓଲଟି ପଡିବାରୁ ବ୍ୟାଗ୍‌ରେ ଥିବା ବୋମା ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଛି । ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଗୁରୁତରଙ୍କୁ ଏମ୍ସ ପଠାଇଛି ପୋଲିସ । ସେଠାରେ ସେ ଚିକିତ୍ସିତ ହେଉଛନ୍ତି । ସେପଟେ ଘଟଣା ସ୍ଥଳରେ ପୋଲିସ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.