ପ୍ରମୂଖ ଖବର
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ପରିତ୍ୟକ୍ତ ଘରୁ ଏକାଧିକ ବୋମା ଜବତ, ନିଷ୍କ୍ରିୟ କରିବାରୁ ଆସିଲା ସ୍ବତନ୍ତ୍ର ଟିମ୍

Published By : Harapriya Sethi | January 11, 2025 10:03 AM

ବ୍ରହ୍ମପୁର,୧୧/୦୧: ୧୬ ନମ୍ବର ଜାତୀୟ ରାଜପଥ ଲାଞ୍ଜିପଲ୍ଲୀ ନିକଟସ୍ଥ ଏକ ପରିତ୍ୟକ୍ତ ଘରୁ ମିଳିଲା ଏକାଧିକ ବୋମା । ବୋମା ନିଷ୍କ୍ରିୟ ପାଇଁ କଟକରୁ ସ୍ବତନ୍ତ୍ର ଟିମ୍ ପଠାଯାଇଛି । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଲାଞ୍ଜିପଲ୍ଲୀ ନିକଟସ୍ଥ ଏକ ପରିତ୍ୟକ୍ତ ଘରେ ଏକାଧିକ ବୋମା ରଖାଯାଇଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବୈଦ୍ୟନାଥପୁର ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚିଥିଲା । ସମସ୍ତ ବୋମାକୁ ନିଷ୍କ୍ରିୟ କରିବା ପାଇଁ କଟକରୁ ସ୍ବତନ୍ତ୍ର ଟିମ୍ ପଠାଯାଇଛି । ତେବେ ଉକ୍ତ ଘରେ କିଏ ଏବଂ କାହିଁକି ବୋମା ରଖିଥିଲା, ସେନେଇ ପୋଲିସ ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.