ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଦିଗପହଣ୍ଡିରେ ଘର ଉପରକୁ ବୋମା ମାଡ଼, ଅଞ୍ଚଳବାସୀ ଭୟଭୀତ

Published By : Harapriya Sethi | November 1, 2024 9:35 AM

ଦିଗପହଣ୍ଡି, ୦୧/୧୧: ଦିଗପହଣ୍ଡିରେ ପୁଣି ଫୁଟିଲା ବୋମା । ଦୀପାବଳିରେ ଘର ଉପରକୁ ବୋମା କଲେ ଦୁର୍ବୃତ୍ତ । ଲଗାତାର ପୋଲିସକୁ ଚାଲେଞ୍ଜ କରି ଫୁଟୁଛି ହାତ ତିଆରି ବୋମା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍‌ରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଏବେ ଅଶାନ୍ତ । ଦିଗପହଣ୍ଡି  କେନାଳ ସାହିରେ ବିଳମ୍ବିତ ରାତିରେ ଦୃର୍ବୁତ୍ତ ମାନେ ରାଜେନ୍ଦ୍ର ସେଠୀ ଙ୍କ ଘର ଉପରକୁ ବୋମା ମାଡ଼ କରିଥିବା ଅଭିଯୋଗ ଆଣିଛନ୍ତି ପାରିବାରଲୋକେ । ଏହି ବୋମା ମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ହାତ ତିଆରି ବୋମା ପୋଲିସର ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।  ୫ ଦିନ ତଳେ ଦିଗପହଣ୍ଡି ର ୩ଟି ସ୍ଥାନରେ ୫ଟି ବୋମା ଫୁଟିଥିବା ବେଳେ ଶୁକ୍ରବାର ପୁଣି ବୋମା ଫୁଟିବା ଘଟଣା ଅଞ୍ଚଳବାସୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.