ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦାଦଙ୍କ ଦାଦାଗିରି, ଠିକା ସଂସ୍ଥା ଗାଡ଼ି ଉପରକୁ କଲେ ବୋମା ମାଡ଼

Published By : Harapriya Sethi | November 9, 2024 9:05 AM

ବାଙ୍କୀ, ୦୯/୧୧: କଇଁମୁଣ୍ଡି ଛକ ପାଖରେ ଠିକା ସଂସ୍ଥା ଗାଡ଼ି ଉପରକୁ ଦୁଇଟି ବୋମା ମାଡ଼ ହୋଇଛି । ରାତି ୩ ଟାରେ କଳା ପଲ୍ସରରେ ଆସି ବୋମା ମାଡ଼ କରିଛନ୍ତି ଦୁର୍ବୃତ୍ତ । ଏହି ବୋମା ମାଡ଼ ଦାଦାବଟିକୁ କେନ୍ଦ୍ର କରି ନେଇ ହୋଇଥିବା ଜଣାପଡିଛି । କଟକ ଜିଲ୍ଲା ବାଙ୍କୀ ଅଞ୍ଚଳର କଇଁମୁଣ୍ଡି ଛକ ପାଖରେ ଘଟିଛି ।

ସୂଚନା ମୁତାବକ, ବିରଜା କଂନଷ୍ଟ୍ରକ୍ସନ ନାମକ ଏକ ଠିକା ସଂସ୍ଥା କଇଁମୁଣ୍ଡି ବ୍ରିଜ୍‌ର କାମ ହାତକୁ ନେଇଛି । ତେବେ ଶକ୍ରବାର ରାତି ୩ଟାରୋ ଏକ କଳା ପଲ୍ସରରେ ଆସି ଠିକା ସଂସ୍ଥାର ଗାଡ଼ି ଉପରକୁ ଦୁଇଟି ବୋମା ମାଡ଼ କରିଥିଲେ ଦୁର୍ବୃତ୍ତ । ସଂସ୍ଥାର କର୍ମଚାରୀ ମାନେ ବୋମା ମାଡ଼ ହୋଇଥିବା ବିଷୟରେ ମାଲିକଙ୍କୁ ଜଣାଇଥିଲେ । ଏହା ଜାଣି ସେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଥିବା ବେଳେ ଦାଦାବଟିକୁ କେନ୍ଦ୍ର କରି ଏହି ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.