ପ୍ରମୂଖ ଖବର
  • ବେଆଇନ୍ ବେଟିଂ ଆପ୍ ମାମଲା, ଅନେକ ସାଉଥ୍ ସେଲିବ୍ରିଟିଙ୍କୁ ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
  • ||
  • ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ : ପ୍ରଫେସର ଅଶୋକ ମହାପାତ୍ର

Published By : Gurupada Nath | October 29, 2024 7:40 PM

ଭୁବନେଶ୍ୱର, ୨୯/୧୦ : ସାରା ବିଶ୍ୱରେ ହୃଦ୍‌ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବାବେଳେ  ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର । 

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନ୍ୟୁରୋଲୋଜି ବିଭାଗ ପକ୍ଷରୁ ମଙ୍ଗଳବାର ଆୟୋଜିତ ବିଶ୍ୱ ଷ୍ଟ୍ରୋକ୍ ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଫେସର ମହାପାତ୍ର କହିଥିଲେ ଯେ, ମସ୍ତିଷ୍କରେ ଆଘାତ ଘଟିଲେ ମଣିଷ ପକ୍ଷାଘାତ, ଦୃଷ୍ଟିହୀନ କିମ୍ବା ବାକ୍‌ ଶକ୍ତିହୀନ ହେବା ସହ କୋମାକୁ ମଧ୍ୟ ଚାଲି ଯାଇଥାଏ । ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ମେଦବହୁଳତା ବ୍ରେନ୍ ଷ୍ଟ୍ରୋକ୍‌ର ପ୍ରମୁଖ କାରଣ । ତେଣୁ ମଣିଷ ଏହି ରୋଗରୁ ନିଜକୁ ଦୂରେଇ ରଖିବା ପାଇଁ ଜୀବନ ଶୈଳୀରେ ପରିବର୍ତ୍ତନ କରିବା ଜରୁରୀ ବୋଲି ସେ କହିଥିଲେ । 

ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର କହିଥିଲେ ଯେ, ଷ୍ଟ୍ରୋକ୍‌ରୁ ରୋଗୀ ବହୁ ମାତ୍ରାରେ ସୁସ୍ଥ ହୋଇପାରିବେ । ରୋଗୀଙ୍କ ସୁରକ୍ଷା ନିମନ୍ତେ ହସ୍ପିଟାଲର ଡାକ୍ତରଙ୍କ ସମେତ ସମସ୍ତ କର୍ମଚାରୀମାନଙ୍କୁ ନିରାପତା ଜନିତ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ବୋଲି ସେ କହିଥିଲେ । 

ଏହି ବିଭାଗର ନ୍ୟୁରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଶ୍ରୀକାନ୍ତ ସାହୁ ହସ୍ପିଟାଲକୁ ଆସୁଥିବା ଗୁରୁତର ରୋଗୀଙ୍କ କ୍ଷେତ୍ରରେ ଏକ ଷ୍ଟ୍ରୋକ୍ କ୍ଲିନିକ୍ ଆରମ୍ଭ କରିବାର ପ୍ରସ୍ତାବ ଦେଇଥିବାବେଳେ କାର୍ଯ୍ୟକ୍ରମର ଆୟୋଜକ ପ୍ରଫେସର ଲୁଲୁପ ସାହୁ ଏକ ଷ୍ଟ୍ରୋକ୍ ଟିମ୍ ତଥା ଷ୍ଟ୍ରୋକ୍ କୋର୍ଡିନେଟରଙ୍କ ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ । ରୋଗୀ ହସ୍ପିଟାଲ୍‌କୁ ଆସିଲେ ଯେଭଳି ତାର ଚିକିତ୍ସାରେ ବିଳମ୍ବ ନ ହୁଏ ସେ ଦିଗରେ ଏହି ଷ୍ଟ୍ରୋକ୍ ଟିମ୍ ବେଶ ସହାୟକ ହେବ ବୋଲି ପ୍ରଫେସର ସାହୁ କହିଥିଲେ । 

ଏହି କାର୍ଯ୍ୟକ୍ରମକୁ ନ୍ୟୁରୋଲୋଜି ବିଭାଗର ଆସୋସିଏଟ୍ ପ୍ରଫେସର (ଡାକ୍ତର) ଶ୍ରୀମନ୍ତ ପଟ୍ଟନାୟକ ପରିଚାଳନା କରିଥିବାବେଳେ ଆସିଷ୍ଟାଂଟ ପ୍ରଫେସର (ଡାକ୍ତର) ଅନିଲ ସାହୁ ‘କୋଡ୍ ଷ୍ଟ୍ରୋକ୍‌’ ସମ୍ପର୍କିତ ଏକ ବିବରଣୀ ଉପସ୍ଥାପନା କରିଥିଲେ । ମଙ୍ଗଳବାର ସକାଳେ ବିଶ୍ୱ ଷ୍ଟ୍ରୋକ୍ ଦିବସ ଅବସରରେ ଏକ ୱାକାଥନ୍‌ର ମଧ୍ୟ ଆୟୋଜନ କରାଯାଇଥିଲା ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.