ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବ୍ୟାଙ୍କର ଝରକା ତାଡ଼ିଲେ, ଲକ୍ଷାଧିକ ଟଙ୍କା ଲୁଟିନେଲେ

Published By : Harapriya Sethi | November 11, 2024 11:26 AM

ଜଳେଶ୍ୱର,୧୧/୧୧: ଜଳେଶ୍ୱରରେ ମାତିଛନ୍ତି ଲୁଟେରା । ବ୍ୟାଙ୍କକୁ ବି ଛାଡ଼ିଲେନି । ଝରକାକୁ ଗ୍ୟାସ୍ କଟରରେ କାଟିଲେ । ବିଳମ୍ୱିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୁହା ଗ୍ରିଲକୁ ଏକ ଗ୍ୟାସ୍‌ କଟର ସାହାଯ୍ୟରେ କାଟିଥିଲେ । ଗ୍ରିଲ୍‌କୁ ତାଡ଼ି ବ୍ୟାଙ୍କ ଭିତରକୁ ପଶିଥିଲେ । ବ୍ୟାଙ୍କରେ ପଶି ଲକ୍ଷାଧିକ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ । ତେବେ ସୋମବାର ସକାଳେ ବ୍ୟାଙ୍କର ଝରକା ଭଙ୍ଗା ଯାଇଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ବ୍ୟାଙ୍କର ମ୍ୟାନେଜର ଏବଂ ବାଲିଆପାଳ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବାଲିଆପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି । 

ତେବେ ୫ ବର୍ଷ ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କର ପଛ ପଟେ ଥିବା ସ୍କାଏ ଲାଇଟ ଭାଙ୍ଗି କମ୍ପ୍ୟୁଟର ଏବଂ ବିଭିନ୍ନ ଆସବାବପତ୍ର ଚୋରି କରିଥିଲେ କିଛି ଦୁର୍ବୃତ୍ତ । ଏହି ଅଞ୍ଚଳରେ ବାରମ୍ବାର ଚୋରି ହେଉଥିବାରୁ ପୋଲିସ ପାଟ୍ରୋଲିଂକୁ କଡାକଡି କରିବାକୁ ଦାବି କରିଛନ୍ତି ଅଞ୍ଚଳବାସୀ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.