ଭୁବନେଶ୍ଵର, ୨୮/୧୧ : ବିଧାନସଭା ଶୀତ ଅଧିବେଶନର ଆଜି ଦ୍ଵିତୀୟ ଦିନ। ଗୃହରେ ଆଗତ ହେବ ଅତିରିକ୍ତ ବଜେଟ୍। ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଅପରାହ୍ଣରେ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ।
ସେପଟେ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡ଼ା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଭୟ ଶାସକ ଓ ବିରୋଧୀ ଉଠାଇବ। କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ। ଦ୍ବିତୀୟ ଦିନରେ ଗୃହ ସରଗରମ ରହିପାରେ।