PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା : ସଂଗଠନ ଛାଡ଼ିଥିବା ମାଓବାଦୀ ପ୍ରଫୁଲ୍ଲ ପରିଚ୍ଛାକୁ ଗିରଫ କଲା ଅଡ଼ବା ପୋଲିସ, ଥାନାରେ ରହିଛି ୭ ମାମଲା
  • ||
  • ବୌଦ୍ଧ : ବୌଦ୍ଧ ୫୭ନଂ ଜାତୀୟ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
  • ||
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ବଜେଟ : ମହିଳା ସଶକ୍ତୀକରଣକୁ ଗୁରୁତ୍ବ

ଭୁବନେଶ୍ବର, ୨।୭ ରାଜ୍ୟର ପୂର୍ଣ୍ଣାଙ୍କ ବଜେଟ ବିଧାନସଭାରେ  ଶନିବାର ରାଜ୍ୟ ଅର୍ଥ ମନ୍ତ୍ରୀ   ନିରଞ୍ଜନ ପୂଜାରୀ   ଉପସ୍ଥାପନ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ କୋଟ ଟଙ୍କାର ବଜେଟ   ଉପସ୍ଥାପନ କରିଛନ୍ତି।  ବଜେଟରେ ମହିଳା ସଶକ୍ତୀକରଣକୁ ଗୁରୁତ୍ବ ଦିଆଯାଇଛି। ମିଶନ ଶକ୍ତି ଓ ମହିଳା ଶିଶୁ ବିକାଶ ବିଭାଗ ପାଇଁ ବ୍ୟୟବରାଦ କରାଯାଇଛି। ମିଶନ ଶକ୍ତି କାର୍ଯ୍ୟକ୍ରମ ଅଧୀନରେ ୨ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।  ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ୧୦୩୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।  ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୧୭୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।

ମହିଳା, ଶିଶୁ କୈନ୍ଦ୍ରିକ ନୀତି ଓ କଲ୍ୟାଣମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ୩,୫୬୭ କୋଟି ଟଙ୍କା ଆବଣ୍ଟନ କରାଯାଇଛି।  ମମତା ଯୋଜନା ଅଧୀନରେ ୨୪୭ କୋଟିର ବ୍ୟବସ୍ଥା କରାଯାଇଛି। ପୁଷ୍ଟିର ମାନ ବୃଦ୍ଧି ପାଇଁ ସୋପାନ ଯୋଜନା ଅଧୀନରେ ୮୮ କୋଟି ଟଙ୍କା ପ୍ରଦାନ କରାଯାଇଛି। ମାଲତୀ ଦେବୀ  ପ୍ରାକ୍ ବିଦ୍ୟାଳୟ ପରିଧାନ ଯୋଜନା ଅଧୀନରେ ପ୍ରାକ୍ ବିଦ୍ୟାଳୟ ଶିକ୍ଷା ଗ୍ରହଣ କରୁଥିବା ପିଲାମାନଙ୍କ ପାଇଁ ୟୁନିଫର୍ମ ଯୋଗାଣ ପାଇଁ ୭୮ କୋଟି ପ୍ରଦାନ କରାଯାଇଛି। ବିଜୁ ଶିଶୁ ସୁରକ୍ଷା ଯୋଜନା ଆଶୀର୍ବାଦ ଅଧୀନରେ ୪୩ କୋଟି ପ୍ରଦାନ କରାଯାଇଛି।