ପ୍ରମୂଖ ଖବର
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ହୋଲି ପରେ ବଦଳିବ ଭାଗ୍ୟ ଚକ୍ର, ବୁଦ୍ଧାଦିତ୍ୟ ରାଜଯୋଗରେ ଏହି ୩ ରାଶିର ବ୍ୟକ୍ତି ହେବେ ଧନବାନ୍‌

Published By : Harapriya Sethi | March 14, 2025 10:46 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ଗ୍ରହ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାନ୍ତି । ଏହାଦ୍ୱାରା ଅତ୍ୟନ୍ତ ଶୁଭ ଯୋଗ ମଧ୍ୟ ସୃଷ୍ଟି ହୋଇଥାଏ । ଏହାର ପ୍ରଭାବ ଦେଶ ଦୁନିଆ ସହ ସମସ୍ତ ରାଶିର ବ୍ୟକ୍ତିଙ୍କ ଉପରେ ମଧ୍ୟ ପଡିଥାଏ । ଚଳିତ ବର୍ଷ ମାର୍ଚ୍ଚ ୧୪ ତାରିଖରେ ଦୋଳ ପୂର୍ଣ୍ଣିମା ଓ ୧୫ ତାରିଖରେ ହୋଲି ପର୍ବ ପାଳନ କରାଯାଉଛି । ମାର୍ଚ୍ଚ ୧୫ ତାରିଖରେ ଅର୍ଥାତ ଦୋଳ ପୂର୍ଣ୍ଣିମା ପର ଦିନ ସୂର୍ଯ୍ୟ ଦେବତା ମୀନ ରାଶିରେ ଗୋଚର କରିବେ । ମୀନ ରାଶିରେ ବୁଧ ଗ୍ରହଙ୍କ ସହ ଏକାଠି ହୋଇ ବୁଦ୍ଧାଦିତ୍ୟ ରାଜଯୋଗ ସୃଷ୍ଟି କରିବେ । ଦୀର୍ଘ ୧ବର୍ଷ ପରେ ଏହି ଶୁଭ ସଂଯୋଗ ସୃଷ୍ଟି ହେବ । ଏହି ରାଜଯୋଗ ଫଳରେ କିଛି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ବଦଳିଯିବ । ମାନ-ସମ୍ମାନ ବୃଦ୍ଧି ପାଇବା ସହ ଧନ ମଧ୍ୟ ବୃଦ୍ଧି ହେବ । 

ବୃଷ ରାଶି- ବୃଷ ରାଶି ବ୍ୟକ୍ତିଙ୍କ ପାଇଁ ଏହି ରାଜଯୋଗ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବ । ଏହି ଶୁଭ ସଂଯୋଗ ଏହି ରାଶିର ବ୍ୟକ୍ତିଙ୍କ ଜାତକର ଏକାଦଶ ସ୍ଥାନରେ ହେବାକୁ ଯାଉଛି । ଏହି କାରଣରୁ ଆୟରେ ଇଚ୍ଛା ମୁତାବକ ବୃଦ୍ଧି ହେବ । ସନ୍ତାନ ସୁଖ ପ୍ରାପ୍ତି ହେବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ବ୍ୟବସାୟୀ ମଧ୍ୟ ଲାଭବାନ୍‌ ହେବେ । ଚାକିରି କ୍ଷେତ୍ରରେ ବଡ ଦାୟିତ୍ୱ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ହେବ ।

ମିଥୁନ ରାଶି- ମିଥୁନ ରାଶିର ବ୍ୟକ୍ତିଙ୍କ ପାଇଁ ଏହି ବୁଦ୍ଧାଦିତ୍ୟ ଯୋଗ ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବ । କାରଣ ଏହି ଶୁଭ ଯୋଗ ମିଥୁନ ରାଶିର ୧୦ମ ସ୍ଥାନରେ ହେବ । କର୍ମକ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ଅଟକି ରହିଥିବା ଅନେକ କାମ ପୂରଣ ହେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂଆ ଚାକିରିର ଯୋଗ ରହିଛି । ଚାକିରିରେ ପଦନ୍ନୋତି ହେବ । ବ୍ୟବସାୟୀଙ୍କୁ ନୂଆ ନୂଆ କାମ ମିଳିବ ।

କୁମ୍ଭ ରାଶି- ବୁଦ୍ଧାଦିତ୍ୟ ରାଜଯୋଗ କୁମ୍ଭ ରାଶି ବ୍ୟକ୍ତି ବିଶେଷଙ୍କୁ ସକରାତ୍ମକ ଫଳ ପ୍ରଦାନ କରିବ । ହଠାତ୍‌ ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ନୂଆ ନୂଆ ସୁଯୋଗ ମିଳିବ । ଜୀବନରେ ସୁଖ-ସମୃଦ୍ଧି ବୃଦ୍ଧି ପାଇବ । ପରିବାର ସଦସ୍ୟଙ୍କ ମଧ୍ୟରେ ମଧୁରତା ରହିବ । ବ୍ୟବସାୟୀ ଲାଭବାନ୍‌ ହେବେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.