ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଇନ୍ଦିରା ଛକ ନିକଟରେ ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ଯାତ୍ରୀବାହୀ ବସ୍, ଏକାଧିକ ଯାତ୍ରୀ ଆହତ

ଜଳେଶ୍ୱର ୦୪/୦୫ : ବାଲେଶ୍ୱର ବସ୍ତା ଥାନା ଅନ୍ତର୍ଗତ ଇନ୍ଦିରା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଡିଭାଇଡରକୁ ପିଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।


  

ସୂଚନା ମୁତାବକ, ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବାଲେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା ଏକ ଘରୋଇ ଯାତ୍ରୀବାହୀ ବସ୍ । ହେଲେ ରାତି ପ୍ରାୟ ଗୋଟାଏ ସମୟରେ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଘଟିଲା ଦୁର୍ଘଟଣା । ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା । ସୌଭାଗ୍ୟକୁ ଏହି ଦୁର୍ଘଟଣାରେ ବସ୍‌ରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । ସେପଟେ ଏହି ଦୁର୍ଘଟଣା ପରେ ଅନ୍ୟ ଏକ ବସ୍ ଯୋଗ ସମସ୍ତ ଯାତ୍ରୀଙ୍କୁ ନିଜ ନିଜ ଗନ୍ତବ୍ୟସ୍ଥଳକୁ ପଠାଯାଇଛି। ବିଳମ୍ବିତ ରାତିରେ ଗାଡି ଚଳାଉଥିବା ବେଳେ ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଏପରି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରୁ ବସ୍ କର୍ମଚାରୀମାନେ ଫେରାର ମାରିଛନ୍ତି । ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.