PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚଳିତ ବର୍ଷ ବଢିବନି ବିଜୁଳି ଦର
  • ||
  • ଓଡ଼ିଶାର ୭ ସହର ବାୟୁ ପ୍ରଦୂଷିତ,ରାଉରକେଲା ସହର ଅଧିକ ପ୍ରଦୂଷିତ
  • ||
  • ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଜ୍ରପାତ ସହ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର- ମଦୁଆ ଗାଡି ଚାଳକ ସାବଧାନ, ଆଜିଠୁ ଚେକିଂ ଜୋରଦାର
  • ||
  • ପୁରୀ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରିବେ ଦିଦି, ସନ୍ଧ୍ୟାରେ ପଶ୍ଚିମବଙ୍ଗ ଫେରିଯିବେ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ ପୁଣି ସକ୍ରିୟ, ଆଗାମୀ ୪ ଦିନ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର : ଓଡ଼ିଆ ଟେଲି ଜଗତକୁ ଝଟକା, ହୃଦଘାତରେ ଆଖିବୁଜିଲେ ଅଭିନେତା ସୋମଦତ୍ତ
  • ||

ପୁଲଓ୍ବାମାରେ ଭୟଙ୍କର ବସ୍ ଦୁର୍ଘଟଣା, ୪ ମୃତ, ୨୮ ଆହତ…

ନୂଆଦିଲ୍ଲୀ : ଶନିବାର ସକାଳେ ଜାମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାରେ ଏକ ବସ୍  ଦୁର୍ଘଟଣା ହୋଇଛି । ଏଥିରେ ୪ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ଆହତ ହୋଇଛନ୍ତି । ସମସ୍ତ ଯାତ୍ରୀ ବିହାରର ବୋଲି ସୂଚନା ମିଳିଛି ।  ଅଧିକାରୀମାନେ କହିଛନ୍ତି ଯେ ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲ୍ଲାର ବାର୍ସୁ ଅଞ୍ଚଳର ଶ୍ରୀନଗର-ଜାମ୍ମୁ ଜାତୀୟ ରାଜପଥରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା ।

ସେ କହିଛନ୍ତି ଯେ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଚାରି ଜଣ ଯାତ୍ରୀ ବିହାରର ବାସିନ୍ଦା । ଦୁର୍ଘଟଣାରେ ଆହତ ହୋଇଥିବା ୨୮ ଜଣ ଯାତ୍ରୀଙ୍କ ମଧ୍ୟରୁ ୨୩ ଜଣଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣାରେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଦୁଃଖ ପ୍ରକାଶ କରିଛନ୍ତି । ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ସିହ୍ନା ଟ୍ୱିଟ୍ କରି କହିଛନ୍ତି- “ଆଜି ଅବନ୍ତୀପୋରାରେ ଘଟିଥିବା ଦୁର୍ଭାଗ୍ୟଜନକ ବସ୍ ଦୁର୍ଘଟଣାରେ ମୁଁ ବହୁତ ଦୁଃଖିତ, ଯେଉଁଥିରେ ଅନେକ ମୂଲ୍ୟବାନ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି । ମୁଁ ପ୍ରଭାବିତ ଲୋକଙ୍କୁ ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବା ପାଇଁ ବିହାରରେ ପୀଡିତଙ୍କ ପରିବାର ସହ ଜିଲ୍ଲା ପ୍ରଶାସନ ଯୋଗାଯୋଗରେ ଥିବା ସେ କହିଛନ୍ତି । ମୃତକଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା ଏବଂ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି।

ଜଣେ ସରକାରୀ ମୁଖପାତ୍ର ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ଉଦ୍ଧେଶ୍ୟରେ କହିଛନ୍ତି ଯେ ଡେପୁଟି କମିଶନର (ଡିସି) ପୁଲୱାମା ବଶିର-ଉଲ-ହକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ପ୍ରତ୍ୟେକଙ୍କୁ ଏକ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି । ମୁଖପାତ୍ର କହିଛନ୍ତି ଯେ ହକ ଗୁରୁତର ଆହତଙ୍କ ପାଇଁ ୨୫ ହଜାର ଟଙ୍କା ଏବଂ ସାମାନ୍ୟ ଆହତଙ୍କ ପାଇଁ ୧୦ ହଜାର ଟଙ୍କା ରିଲିଫ ଘୋଷଣା କରିଛନ୍ତି ।   

ସମ୍ବନ୍ଧିତ ଖବର