ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ

Published By : Harapriya Sethi | April 16, 2025 11:49 AM

ଭୁବନେଶ୍ୱର, ୧୬/୦୪: ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତପ୍ତପାଣି ଘାଟି ପାଦେର୍ମା ଗାଁ ନିକଟରେ ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ରା.ଉଦୟଗିରି ଥାନା ମେଣ୍ଟିଆମ୍ବ ଗାଁର ନରେନ୍ଦ୍ର ମଣ୍ଡଳ । କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । 

ସୂଚନା ମୁତାବକ, ବିକ୍ରାନ୍ତ ନାମକ ଏକ ଘରୋଇ ବସ୍‌ ରାମଗିରିରୁ ବ୍ରହ୍ମପୁର ଯାଉଥିଲା । ଏହି ସମୟରେ ବିପରୀତ ଦିଗରୁ ନରେନ୍ଦ୍ର ବାଇକ୍‌ରେ ନିଜ ଗାଁକୁ ଫେରୁଥିଲେ । ଫେରିବା ବେଳେ ପାଦେର୍ମା ଗାଁ ନିକଟରେ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ କ୍ଷତିପୂରଣ ଦାବିରେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଏନେଇ ଖବର ପାଇବା ପରେ ମୋହନା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝା ସୁଝା ସହ ତଦନ୍ତ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.