ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବସ୍-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

Published By : Rasmita Pradhan | December 14, 2024 12:07 PM

ଫୁଲବାଣୀ,୧୪/୧୨ : ଯାତ୍ରୀବାହୀ ବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା। ବାଇକ ଚାଳକ ମୃତ। ଶୁକ୍ରବାର ରାତିରେ ଫୁଲବାଣୀ ସଦର ଥାନା ବିଶିପଡା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ସାରଙ୍ଗଡ ଅଞ୍ଚଳର ଗୌରଚନ୍ଦ୍ର ନାୟକ ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ଗୌରଚନ୍ଦ୍ର ନାୟକ ଶୁକ୍ରବାର କୌଣସି କାମରେ ଫୁଲବାଣୀ ଆସି ରାତିରେ ବାଇକ୍ ଯୋଗେ ସାରଙ୍ଗଡ ଫେରୁଥିଲେ। ଏହି ସମୟରେ ସଦର ଥାନା ବିଶିପଡା ଛକ ନିକଟରେ ବରଗଡରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସରକାରୀ ଯାତ୍ରୀବାହୀ ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲେ। ଫଳରେ ଗୌରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଖବର ପାଇ ସଦର ଥାନା ଅଧିକାରୀ ପହଞ୍ଚି ଯାତ୍ରୀମାନଙ୍କୁ ଫୁଲବାଣୀ ବସଷ୍ଟାଣ୍ଡରେ ପହଞ୍ଚାଇବା ବ୍ୟବସ୍ଥା କରିଥିଲେ। ଯାତ୍ରୀମାନେ ଅନ୍ୟ ବସ୍‌ରେ ନିଜ ନିଜ ଗନ୍ତବ୍ୟସ୍ଥଳକୁ ଯାଇଥିଲେ।ତେବେ ପୋଲିସ ବସ୍‌କୁ ଜବତ କରିବା ସହିତ ଡ୍ରାଇଭରଙ୍କୁ ଅଟକ ରଖିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.