ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ

Published By : Harapriya Sethi | October 23, 2024 10:00 AM

ଉମରକୋଟ,୨୩/୧୦: ଜଣେ ଘରୋଇ ବସ୍ ଡ୍ରାଇଭରଙ୍କୁ ଛୁରାମାଡ କରି ଫେରାର ହୋଇ ଯାଇଛି ଦୁର୍ବୃତ୍ତ । ଡ୍ରାଇଭର ଜଣକ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ସନ୍ତୋଷ ପୁରର ଫୁପ୍ଲିନ ଚନ୍ଦ୍ର ନାୟକ ବୋଲି ଜଣାପଡ଼ିଛି । ସେ ମାଁ ସାତ ଭଉଣୀ (MSB) ନାମକ ଏକ ଘରୋଇ ବସ୍‌ରେ ଡ୍ରାଇଭର ଭାବରେ କାମ କରୁଥିଲେ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍‌ରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗୁରୁବାର ସକାଳେ ଗାଡି ବାହାର କରିବା ପୂର୍ବରୁ ଶୌଚ ପାଇଁ ପାଖରେ ଥିବା ଟ୍ୟାକ୍ସି ଷ୍ଟାଣ୍ଡ ନିକଟକୁ ଯାଇଥିଲେ ଫୁପ୍ଲିନ । ସେଠାରେ କେହି ଜଣେ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଫୁପ୍ଲିନକୁ ଛୁରା ମାଡ଼ କରି ଫେରାର ହେଇଯାଇଥିଲା । ଦୁର୍ବୃତ୍ତ ଜଣକ ହେଲମେଟ୍ ପିନ୍ଧିଥିବା କିଛି ପ୍ରତ୍ୟକ୍ଷ ଦର୍ଷୀ କହିଛନ୍ତି । ତେବେ ଏହି ଛୁରାମାଡ଼ରେ ଗୁରୁତର ହୋଇ ପଡ଼ିଥିଲେ ଫୁପ୍ଲିନ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଫୁପ୍ଲିନଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ । ଏହା ସହ ପୋଲିସକୁ ମଧ୍ୟ ଖବର ଦାଇଥିଲେ । ଖବର ପାଇ ଉମରକୋଟ ପୋଲିସ ମେଡିକାଲ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ଚିକିତ୍ସା ପରେ ଫୁପ୍ଲିନଙ୍କ ଅବସ୍ଥା ଗୁରୁତର ହୋଇଥିବାରୁ ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି । ତେବେ ଏହି ଛୁରା ମାଡ଼ ପୂର୍ବ ଶତ୍ରୁତାକୁ ନେଇ ହେଇଥିବା ଅନୁମାନ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.