PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ସ୍କୁଲ ବସ୍ ଧକ୍କାରେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ, ଡ୍ରାଇଭର ଅଟକ

ରାଉରକେଲା ୩୧/୦୩: ରିଂରୋଡର ସ୍ପେସ ଛକ ଠାରେ ଏକ ଘରୋଇ ବସ ଧକ୍କାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେକ୍ଟର-୪ ଅଞ୍ଚଳରେ ରହୁଥିବା ବୈକୁଣ୍ଠ ବାରିକ। ଛେଣ୍ଡ ଥାନା ପୁଲିସ ଶବ ଜବତ କରି ଡାକ୍ତରଖାନା ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ମୃତ ବୈକୁଣ୍ଠ ବିପିୟୁଟି ପରିସରରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରନ୍ତି। ଦୁର୍ଘଟଣାଗ୍ରସ୍ତ ବସକୁ ପୁଲିସ ଜବତ କରିବା ସହ ଚାଳକଙ୍କୁ ଗିରଫ କରି ତଦନ୍ତ ଚଳାଇଛି।

ସୂଚନା ଅନୁସାରେ, ଶୁକ୍ରବାର ସକାଳ ୬ଟା ସମୟରେ ବୈକୁଣ୍ଠ ବାଇକ ଯୋଗେ କାମକୁ ଯାଉଥିଲେ। ସ୍ପେସ ଛକ ଠାରେ ପଛପଟୁ ଏକ ଘରୋଇ ସ୍କୁଲର ବସ ଆସି ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲା। ମାତ୍ର ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି।