ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧାର
  • ||
  • ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
  • ||
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ବସ୍-ହାଇୱା ମୁହାଁମୁହିଁ ଧକ୍କା :୧୮ରୁ ଉର୍ଦ୍ଧ୍ୱ ଆହତ, ୨ ଗୁରୁତର

Published By : Harapriya Sethi | May 5, 2025 2:01 PM

ଠାକୁରମୁଣ୍ଡା,୦୫/୦୫: ଘୋଡା ଘାଟିରେ ଓଏସଆରଟିସି ବସ୍‌ ସହିତ ଏକ ନୂଆ ହାଇୱା ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୧୮ଜଣରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ୨ ଚାଳକ ଚାପି ହୋଇ ରହିଛନ୍ତି। ଡ୍ରାଇଭର ଦ୍ୱୟ କ୍ଷେତ୍ରମୋହନ ମହାନ୍ତ, ବିଶାଲ ନାଏକ ବୋଲି ଜଣାପଡ଼ିଛି। ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅନ୍ତର୍ଗତ ୫୩ନଂ ରାଜ୍ୟ ରାଜପଥ ଘୋଡା ଘାଟିରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ମୁତାବକ, ଏକ ଓଏସଆରଟିସି ବସ୍‌ ଶାଳଚୁଆରୁ ଯାତ୍ରୀଙ୍କୁ ନେଇ ଠାକୁରମୁଣ୍ଡା ଅଭିମୁଖେ ଆସୁଥିଲା। ଟାଟାରୁ ଏକ ହାଇୱା ଠାକୁରମୁଣ୍ଡା ଦେଇ ବିଜୟୱାଡା ଯାଉଥିଲା। ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅନ୍ତର୍ଗତ ୫୩ନଂ ରାଜ୍ୟ ରାଜପଥ ଘୋଡା ଘାଟିରେ ହାଇୱାଟି ଭାରସାମ୍ୟ ହରାଇ ବସ୍‌କୁ ଧକ୍କା ଦେଇଥିଲା। ଫଳରେ ବସ୍‌ରେ ଥିବା ୧୮ ଜଣ ଯାତ୍ରୀ ଗୁରୁତର ଆହତ ହେବା ସହିତ ୨ ଡ୍ରାଇଭର ଚାପି ହୋଇ ରହିଥିଲେ। ଖବର ପାଇ ପୋଲିସ ବାହିନୀ ସହ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଘଟଣା ବିଷୟରେ ଅନୁଧ୍ୟାନ କରିବାକୁ ଠାକୁରମୁଣ୍ଡା ବିଡ଼ିଓ ସ୍ଵପ୍ନେଶ୍ଵର ବେହେରା ,ତହସିଲଦାର ସମ୍ବିତ କୁମାର କର ଏବଂ ମହୁଲଡିହା ଥାନା ଅଧିକରୀ ଅଶୋକ କୁମାର ପହି, ଏଏସଆଇ ସଂଜୟ ନାୟକ ଘଟଣାସ୍ଥଳରେ ପହଞ୍ଚିଥିଲେ । 

ଜେସିବି ଦ୍ଵାରା ଚାପି ହୋଇ ରହିଥିବା ୨ ଡ୍ରାଇଭର କ୍ଷେତ୍ର ମୋହନ ମହାନ୍ତ ଓ ବିଶାଲ ନାଏକଙ୍କୁ ଉଦ୍ଧାର କରାଯାଇଥିଲା। ୧୮ ଜଣ ଗୁରୁତର ଆହତଙ୍କୁ ଥାନା ଗାଡି ଏବଂ ୩ଟି ଆମ୍ବୁଲାନ୍ସ ଯୋଗେ ସାତକୋଶିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଗୁରୁତରମାନଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ପୋଲିସ ମାମଲା ରୁଜୁ କରି ଅନୁସନ୍ଧାନ ଜାରି ରଖିଛି । ତେବେ ହାଇୱାଟି ବସ୍‌କୁ ଧକ୍କା ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.