ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର

Published By : Rasmita Pradhan | June 24, 2025 8:19 AM

ବଡ଼ବିଲ, ୨୪/୦୬ : କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା କଣ୍ଡ୍ରା ଟୋଲ୍ ପ୍ଲାଜା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍‌କୁ ପିଟିଲା କନ୍ୟାଯାତ୍ରୀ ବସ୍। ଜଣେ ମୃତ ୧୩ ଗୁରୁତର ଆହତ। ସୋମବାର ମଧ୍ୟରାତ୍ରୀରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ଜଣକ ବସ୍‌ର ହେଲ୍‌ପର୍ ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ରବିବାର ଯୋଡ଼ା ଥାନା ବଳିତା ଗ୍ରାମର ଭରତ ନାଏକଙ୍କ ଝିଅ ସୁଲେଖା ନାଏକଙ୍କ ବିବାହ ବାଂଶପାଳ ବ୍ଲକ ନାୟାକୋଟ ଥାନା ଜାଗର ଗାଁର ସୁରେଶ ନାଏକଙ୍କ ସହିତ ସମ୍ପନ୍ନ ହୋଇଥିଲା । ସୋମବାର ଦିନ କନ୍ୟାଘର ପକ୍ଷରୁ ୫୦ରୁ ଅଧିକ କନ୍ୟାଯାତ୍ରୀ ଏକ ବସ୍ ଯୋଗେ ବର ଘରକୁ ଯାଇଥିଲେ । ସେଠାରୁ ଭୋଜି ଖାଇ ଫେରିବା ବେଳେ ମଧ୍ୟରାତ୍ରୀରେ କଣ୍ଡ୍ରା ଟୋଲ୍ ପ୍ଲାଜା ପାରହେବା ପରେ ବସ୍‌ଟି ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ଜୋରଦାର୍ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ବସ୍‌ର ହେଲ୍‌ପର୍‌ଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଥିଲେ। ଖବର ପାଇ ଯୋଡ଼ା ଥାନା ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଆହତଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲାମାନେ ରହିଛନ୍ତି। ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଯାଇଥିବା କୁହାଯାଉଛି। ଯୋଡ଼ା ପୁଲିସ ଘଟଣାର ତଦନ୍ତ ଚଳାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.