ପୁରୀ, ୦୬/୧୧ : ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବସ୍। ପୁରୀ ନିରାକାରପୁର ଜଗନ୍ନାଥ ସଡ଼କ ରୁଆ ଛକରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨୩ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି। ସମସ୍ତ ଆହତଙ୍କୁ ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, ସୋମବାର ସକାଳୁ ନୟାଗଡ଼ ଆମ୍ବେରାପୁରରୁ ୪୦ ଜଣ ଯାତ୍ରୀ ଅସ୍ଥି ବିସର୍ଜନ ପାଇଁ ଏକ ବସ୍ ଭଡ଼ା କରି ପୁରୀ ଆସୁଥିଲେ। ବସ୍ ଡ୍ରାଇଭର ମଦ୍ୟପାନ କରି ଗାଡି ଚଳାଉଥିବାରୁ ବସ୍ ଭାରସାମ୍ୟ ହରାଇ ନିରାକାରପୁର ଜଗନ୍ନାଥ ସଡ଼କ ରୁଆ ଛକରେ ଏକ ଗଛରେ ପିଟି ଦେଇଥିଲା। ଫଳରେ ୨୩ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି। ସମସ୍ତ ଆହତଙ୍କୁ ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି। ତେବେ ଆହତ ହୋଇଥିବା ସମସ୍ତ ଯାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି। ତଦନ୍ତ ପରେ ଦୁର୍ଘଟଣାର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି।