ପ୍ରମୂଖ ଖବର
  • ଠାକୁରମୁଣ୍ଡା ଚମ୍ପାଝର ଗ୍ରାମରେ ସ୍ତ୍ରୀକୁ ପିଟି ପିଟି ହତ୍ୟା , ସ୍ୱାମୀ ଅଟକ
  • ||
  • ଉମରକୋଟ : ଖେଳୁଥିବା ବେଳେ ପାଣି କୁଣ୍ଡରେ ପଡି ଶିଶୁପୁତ୍ର ମୃତ
  • ||
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୩ ଗୁରୁତର

Published By : Harapriya Sethi | March 27, 2025 8:29 AM

ଭୁବନେଶ୍ୱର,୨୭/୦୩: କୋଲନରା ବ୍ଳକ ମୁକୁନ୍ଦପୁର ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ମା ବାଙ୍ଗାରାମା ନାମକ ବସ୍‌। ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ମଧ୍ୟରୁ ୨୩ ଜଣ ସାମାନ୍ୟ ଆହତ ହୋଇଥିବା ବେଳେ ସେଥିମଧ୍ୟରୁ ୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଅମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାୟରେ ଭର୍ତ୍ତି କରାଯାଇଛି ।  

ଏହା ମଧ୍ୟ ପଢନ୍ତୁ- ଅଧୁରା ରହିଗଲା ଚାକିରି ସ୍ୱପ୍ନ, ଦୌଡ଼ିବା ବେଳେ ଟଳି ପଡ଼ିଲେ ହୋମଗାର୍ଡ ଆଶାୟୀ

ସୂଚନା ମୁତାବକ, ମା ବାଙ୍ଗାରାମା ବସ୍‌ ୪୫ଜଣ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ରାୟଗଡା ଅଭିମୁଖେ ଆସୁଥିଲା । ବାଟରେ ମୁକୁନ୍ଦପୁର ଘାଟି ପଡ଼ିଥିଲା । ଘାଟିରେ ଯାଉଥିବା ବେଳେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୨୩ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ସେଥିମଧ୍ୟରୁ ୩ ଜଣ ଯାତ୍ରୀ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଛି । ତେବେ ଏହି ଦୁର୍ଘଟଣାରେ ବସ୍‌ର ସମସ୍ତ ଯାତ୍ରୀ ଅଳ୍ପ ବହୁତ ଆହତ ହୋଇଥିବା ନେଇ ଯାତ୍ରୀ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.