ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଓଲଟିଲା ଯାତ୍ରୀବାହୀ ବସ୍, ୨ ମୃତ ଅନେକ ଆହତ

Published By : Rasmita Pradhan | November 8, 2024 1:20 PM

ଦଶପଲ୍ଲା, ୮।୧୧ : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ଡ୍ରାଇଭର ସମେତ ୨ ମୃତ ଅନେକ ଆହତ। ନୂଆଗାଁ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଲୁଣିସରା ନିକଟସ୍ଥ ବୁଲାଣି ରାସ୍ତାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ରାମଦୂତ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ନୂଆଗାଁ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଲୁଣିସରା ନିକଟସ୍ଥ ବୁଲାଣି ରାସ୍ତାରେ ବସ୍‌ଟି ଗୋଟିଏ ଗଛ ଏବଂ ପରେ ବ୍ରିଜ୍ ସହିତ ଧକ୍କା ହୋଇ ରାସ୍ତା ଉପରେ ଓଲଟି ପଡିଛି। ଫlରେ ବସ୍ ଡ୍ରାଇଭର୍‌ଙ୍କ ସମେତ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କୁ ଦଶପଲ୍ଲା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଓ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତର କରାଯାଇଛି। ଖବର ଲେଖାଯିବା ସୁଦ୍ଧା ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.