ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ବସ୍-ପିକଅପ୍ ମୁହାଁମୁହିଁ ଧକ୍କା: ୨୦ ଆହତ

Published By : Harapriya Sethi | December 14, 2024 12:25 PM

ଫୁଲବାଣୀ,୧୪/୧୨: ଶନିବାର ସକାଳେ ସଦର ଥାନା ଶଙ୍ଖିକଟା ନିକଟରେ ଏକ ଯାତ୍ରୀବାହୀ ବସ୍‌ ସହିତ ଏକ ପିକଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨୦ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଅଛନ୍ତି। ଗୁରୁତର ହୋଇଥିବା ୩ ଜଣ ବସ୍‌ର ହେଲପର୍ ସିବିର ପ୍ରଧାନ, ବିଗ୍ନେ ବେହେରା ଓ ପ୍ରତିମା ନାୟକ ବୋଲି ଜଣା ପଡ଼ିଛି । କନ୍ଧମାଳ ଜିଲ୍ଲା ଫୁଲବାଣୀ ଅଞ୍ଚଳରେ ଏଭଳସି ଘଟଣା ଘଟିଛି । 

ସୂଚନା ମୁତାବକ, ଏସ୍‌କର୍ଟ ନାମକ ଯାତ୍ରୀବାହୀ ବସ୍‌ ଦାରିଙ୍ଗବାଡିରୁ ଫୁଲବାଣୀ ଆସୁଥିଲା । ଆସିବା ବାଟରେ ସଦର ଥାନା ଅନ୍ତର୍ଗତ ଶଙ୍ଖିକଟା ବୁଲାଣି ନିକଟରେ ଫୁଲବାଣୀରୁ ଫିରିଙ୍ଗିଆ ଆଡକୁ ଯାଉଥିବା ଏକ ପିକଅପ୍‌ ଭ୍ୟାନ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଥିଲା । ବସ୍‌ର ହେଲପର୍ ସିବିର ପ୍ରଧାନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଛି ସଦର ପୋଲିସ । ଅନ୍ୟ ଦୁଇ ଗୁରୁତର ବିଗ୍ନେ ବେହେରା ଓ ପ୍ରତିମା ନାୟକ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଆହତ ମାନଙ୍କୁ ମଧ୍ୟ ଚିକିତ୍ସା ପାଇଁ ପଠାଯାଇଛି ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.