ମେଷ : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଷଷ୍ଠ ଚନ୍ଦ୍ର, ସୋମବାର ସ୍ୱାତୀ ନକ୍ଷତ୍ର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଈପସିତ୍ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ ଏବଂ ଋଣମୁକ୍ତି ହେବାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୦୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତବାର, ଘାତ ନକ୍ଷତ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପୁତ୍ର, କନ୍ୟା, ପିତାମାତାଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ ପାଇବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଚତୁର୍ଥ ଚନ୍ଦ୍ର, ସୋମବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୭, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ତୃତୀୟ ଚନ୍ଦ୍ର, ସେମାବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିପାରେ । ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା: ମା’ ଭୈରବୀ ।
କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୦୪, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଏବଂ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବାର ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ, ସହକର୍ମୀଙ୍କ ସହଯୋଗ, ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ବିଛା : ଦ୍ୱାଦଶ ଚନ୍ଦ୍ର, ସୋମବାର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶ, ଅପନିନ୍ଦା ଓ ଅପମାନରୁ ମୁକ୍ତି ମିଳିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଅପସରିଯିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ଏକାଦଶ ଚନ୍ଦ୍ର, ସୋମବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଦଶମ ଚନ୍ଦ୍ର ଅପରାହ୍ଣ ୧୨ଟା ୪୩ ମିନିଟ୍ ପରେ ଦଶମୀ ତିଥି, ସ୍ୱାତୀ ନକ୍ଷତ୍ର ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ଆଜି ସହଜ ହେବ । କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନର ସତ୍ଚିନ୍ତା, ସଦ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ନବମୀ ତିଥି ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଆର୍ଥିକ କ୍ଷତି, ଆର୍ଥିକ ଠକାମିରେ ପଡ଼ିବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩