ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ମହଙ୍ଗା ହେବ କାର୍ , ୨୫% ଶୁଳ୍କ ଲଗାଇବାକୁ ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା

Published By : Ankita S | March 27, 2025 8:42 AM

ୱାଶିଂଟନ,୨୭/୦୩ : ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବା ପରଠୁ ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ୱାର୍ ଜାରି ରହିଛି । ଏବେ କାର୍ ଉପରେ ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି ଟ୍ରମ୍ପ । ଆମେରିକାରେ ଆମଦାନୀ ହେଉଥିବା ବିଦେଶୀ କାର ଉପରେ ୨୫% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଫଳରେ ଏଣିତି ଆମେରିକାରେ କାର୍ କିଣିବା ମହଙ୍ଗା ହୋଇଯିବ ।

ଆସନ୍ତା ଏପ୍ରିଲ ୨ରୁ ଏହା ଲାଗୁ ହେବ । ଟିକସ୍ ଆଦାୟ ଏପ୍ରିଲ ୩ରୁ ଆରମ୍ଭ ହେବ । ହ୍ବାଇଟ ହାଉସ୍ ଓଭାଲ ଅଫିସରେ ପ୍ରେସ୍ କନଫରେନ୍ସ ଜରିଆରେ ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, '' ଆମେ ଏହି ପଦକ୍ଷେପ ଉଠାଇବାକୁ ଯାଉଛୁ । ଆମେରିକାରେ ତିଆରି ହେଉନଥିବା ସେହି ସବୁ କାର୍ ଉପରେ ୨୫% ଶୁଳ୍କ ଲାଗିବ । ଏହା ସ୍ଥାୟୀ ପଦକ୍ଷେପ ହେବ । ଆମେ ୨.୫ ପ୍ରତିଶତ ଶୁଳ୍କରୁ ଆରମ୍ଭ କରିବୁ । ଯାହା ବର୍ତ୍ତମାନରୁ ଲାଗୁ । ଏହାକୁ ପରେ ୨୫% ଯାଏଁ ବଢାଯିବ । ଏହି ପଦକ୍ଷେପ ଆମେରିକାର ଆର୍ଥିକ ସ୍ଥିତିକୁ ବଢାଇବ । ଏହା ବିକାଶକୁ ଦ୍ରୁତ ଗତିରେ ଆଗକୁ ନେବ ଯାହା ପୂର୍ବରୁ କେବେ ହୋଇନାହିଁ । ଯଦି ତୁମେ ତୁମ କାର୍ ଆମେରିକାରେ ତିଆରି କରୁଛ ତେବେ ତାହା ଉପରେ କୌଣସି ଶୁଳ୍କ ଲାଗିବ ନାହିଁ । ''

ଅଧିକ ପଢନ୍ତୁ...ଆମେରିକୀୟ ଉତ୍ପାଦ ଗୁଡିକ ଉପରୁ ଟିକସ କମେଇବ ଭାରତ; ଉଭୟ ଦେଶ ମଧ୍ୟରେ ହେଲା ଆଲୋଚନା

ଆମେରିକୀୟ ଉତ୍ପାଦରୁ ଟିକସ କମାଇବ ଭାରତ-  ଆସନ୍ତା ଏପ୍ରିଲ ୨ରୁ ଆମେରିକା ନୂଆ ଟିକସ ନୀତି ଲାଗୁ କରିବାକୁ ଯାଉଛି । ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଯୁଦ୍ଧ ଭିତରେ ଭାରତ ଆମେରିକୀୟ ଉତ୍ପାଦ ଉପରୁ ଟିକସ କମାଇବାକୁ ନିଷ୍ପତ୍ତି ନେଇଛି । ଏ ନେଇ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି । ଭାରତ ହାର୍ଲେ-ଡାଭିଡସନ ମୋଟରସାଇକେଲ, ବରବନ ହ୍ବିସ୍କି ଓ କାଲିଫୋରନିଅନ ୱାଇନ୍ ଉପରୁ ଟିକସ୍ ହ୍ରାସ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.