PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଇଡା ବ୍ଲକର ଫଟାଟାଙ୍ଗର ଆଶ୍ରମ ଛାତ୍ରୀ ନିବାସରେ ଖାଦ୍ୟ ଖାଇ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ
  • ||
  • ୫ମ ଟେଷ୍ଟ: ଜୋ ରୁଟ୍‌ ଏବଂ ଜନି ବୈୟାରିଷ୍ଟୋଙ୍କ ଶତକୀୟ ଇନିଂସ, ଭାରତକୁ ୭ ଓ୍ବିକେଟରେ ହରାଇ ସିରିଜ ବରାବର୍‌ କଲା ଇଂଲଣ୍ଡ
  • ||
  • ପୁଣି ରାଜଧାନୀରେ ଛାତ୍ରୀଙ୍କ ଆତ୍ମହତ୍ୟା, ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାର ନିକଟ ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା, ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ ସରକାରଙ୍କୁ ଘେରିଲେ ବିରୋଧୀ
  • ||
  • ପଟ୍ଟାମୁଣ୍ଡାଇ : ମୋବାଇଲ୍ ଗେମ୍ ହେଲା କାଳ, ଅନଲାଇନ୍ ଗେମ୍ ଖେଳି ୧୦ ହଜାର ଟଙ୍କା ହାରିଯିବାରୁ ଆତ୍ମହତ୍ୟା କଲେ ଯୁବକ
  • ||
  • ସମ୍ଵଲପୁର : ବାଇକ୍‌କୁ ଧକ୍କା ଦେଲା ଅଜଣା ଟ୍ରକ୍, ୨ ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର : ରାଜ୍ୟରେ ନିର୍ମାଣ ହେବ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯ କୋଟି ୩୬ ଲକ୍ଷ ମଞ୍ଜୁର
  • ||
  • କୋରାପୁଟ : ପୋଲିସ ପଞ୍ଝାରେ ଦୁଇ ନକଲି ମାଓବାଦୀ, ବ୍ୟବସାୟୀଙ୍କୁ ହତ୍ୟା ଧମକ ଦେଇ ମାଗୁଥିଲେ ୫ ଲକ୍ଷ
  • ||
  • ଝାରସୁଗୁଡା : ଜଙ୍ଗଲ ଭିତରୁ ବାପା ଓ ଝିଅ-ପୁଅଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଲମତାପୁଟ: କମାଣ୍ଡର ଜିପ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ପୁରୀ: ଆଜି ହେରାପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗି ରାଗ ଶୁଝାଇବେ ଅଭିମାନିନୀ ମା’ ଲକ୍ଷ୍ମୀ ସାଆନ୍ତାଣୀ
  • ||
  • ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ଲଘୁଚାପ ବଳୟ ସୃଷ୍ଟି, ୪ ଦିନ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||

ବିଜେପୁର ଉପନିର୍ବାଚନ; ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିପାରେ ବିଜେପି

ଭୁବନେଶ୍ୱର,୯ା୬(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତିନି ଦଳରେ ପ୍ରାର୍ଥୀ ଖୋଜା ଆରମ୍ଭ ହୋଇଛି । ବିଜେପି କୋର୍‌ କମିଟି ବୈଠକରେ ବିଜେପୁର ପ୍ରସଙ୍ଗରେ ଆଲୋଚନା ବେଳେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ନାମକୁ ନେଇ ଚର୍ଚ୍ଚା ହୋଇଛି । ମାତ୍ର ଏହା ପ୍ରାଥମିକ ପର୍ଯ୍ୟାୟରେ ଅଛି । ଦଳ ଏ ନେଇ ଆଗକୁ ଚୂଡ଼ାନ୍ତ ନିଷ୍ପତ୍ତି ନେବ । ବିଜେପୁର ନିର୍ବାଚନ ମଣ୍ଡଳୀର ଗାଇସିଲଟ ବ୍ଲକରେ ଶ୍ରୀ ପୁରୋହିତଙ୍କ ନିଜ ଗାଁ । ସେ ପଦ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୧୪ରେ ବିଜୟୀ ହୋଇଥିବା ବେଳେ ୨୦୧୯ରେ ପରାଜୟ ବରଣ କରିଛନ୍ତି । ସେ ବିଜେପୁରରୁ ପ୍ରାର୍ଥୀ ହେବାକୁ ଆଗ୍ରହୀ ଅଛନ୍ତି । ୨୦୧୯ରେ ବିଜେପିରୁ ସନତ ଗଡ଼ତିଆ ବିଜେପି ପ୍ରାର୍ଥୀ ହୋଇ ପ୍ରାୟ ୫୩ ହଜାର ଭୋଟ୍‌ ପାଇଥିଲେ । ତେଣୁ ଉପନିର୍ବାଚନରେ ବିଜେପି ସନତଙ୍କୁ ପୁଣି ଥରେ ପ୍ରାର୍ଥୀ କରିବ କି ପ୍ରଦୀପ ପୁରୋହିତଙ୍କୁ ଲଢ଼ିବାକୁ ସୁଯୋଗ ଦେବ ତାହା ସ୍ପଷ୍ଟ ହୋଇନି ।

ସମ୍ବନ୍ଧିତ ଖବର