ପ୍ରମୂଖ ଖବର
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର

Published By : Harapriya Sethi | March 8, 2025 1:25 PM

ଭୁବନେଶ୍ୱର,୦୮/୦୩: ବାଲିଗୁଡା ପୋଲିସର ସଫଳତା । ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବାବେଳେ ବାଲିଗୁଡା ପୋଲିସର ଚଢ଼ାଉ । ଚଢାଉରେ ୧୩୪୫ କେଜି ୬୫୦ ଗ୍ରାମ୍‌ ଗଞ୍ଜେଇ ଜବତ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହୋଇଥିବା ବାଲିଗୁଡା ଏସଡ଼ିପିଓ ସୂଚନା ଦେଇଛନ୍ତି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ପରମପାଙ୍ଗା ଗାଁ ଜଙ୍ଗଲ ରାସ୍ତା ପାର୍ଶ୍ଵରେ ଗଞ୍ଜେଇ ଚାଲାଣ ପାଇଁ ଗାଡିକୁ ଅପେକ୍ଷା କରିଥିଲେ ଚାଲାଣକାରୀ । ସେଠାରେ ପୋଲିସ ଗାଡିକୁ ଦେଖି ଜଙ୍ଗଲ ମଧ୍ୟକୁ ଦୌଡ଼ିଥିଲେ ଅଜଣା ଚାଲାଣକାରୀ । ସନ୍ଦେହ ହେବାରୁ ଯାଞ୍ଚ କରିଥିଲା ପୋଲିସ । ଯାଞ୍ଚ କରିବା ବେଳେ ଗଞ୍ଜେଇ ଭର୍ତ୍ତି ବ୍ୟାଗ୍‌କୁ ପୋଲିସ ଜବତ କରିଛି । ହେଲେ ପୋଲିସର ଚଢ଼ାଉ ବେଳେ ମାଫିଆମାନେ ଚମ୍ପଟ ମାରିବାରେ ସଫଳ ହୋଇଛନ୍ତି । ଏନେଇ ବାଲିଗୁଡା ଥାନାରେ ଏନ. ଡ଼ି. ପି. ଏସ ଆକ୍ଟରେ ମାମଲା ରୁଜୁ ହୋଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହୋଇଥିବା ବାଲିଗୁଡା ଏସଡ଼ିପିଓ  ସୂଚନା ଦେଇଛନ୍ତି । ତେବେ ଚଳିତ ବର୍ଷ ବାଲିଗୁଡା ଥାନା ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଚାଷକୁ ପୋଲିସ ଓ ଅବକାରୀ ବିଭାଗ ନଷ୍ଟ କରିଥିଲେ ସୁଦ୍ଧା ବିପୁଳ ପରିମାଣରେ ଗଞ୍ଜେଇ ଜବତ ହେଉଛି । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.