ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ପରିବା ବ୍ୟବସାୟୀଙ୍କ ଉପରେ ଚଢିଗଲା କାର୍‌, ବ୍ୟକ୍ତି ମୃତ

Published By : Harapriya Sethi | October 12, 2024 10:40 AM

ବଣାଇ,୧୨/୧୦: ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗମଲେଇ ସାପ୍ତାହିକ ବଜାର ନିକଟରେ ଅଘଟଣ । ପରିବା ବ୍ୟବସାୟୀଙ୍କ ଉପରେ ଚଢିଗଲା କାର୍‌ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଲେ ରାଉରକେଲାର ବ୍ୟବସାୟୀ ପ୍ରଦୀପ ନାଏକ । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗମଲେଇ ସାପ୍ତାହିକ ବଜାର ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ପ୍ରଦୀପ ନାଏକ ନାମକ ଜଣେ ପରିବା ବ୍ୟବସାୟୀ ଗମଲେଇ ସାପ୍ତାହିକ ବଜାରକୁ ଯାଉଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ତାଙ୍କ ଉପରେ ଚଢିଯାଇଥିଲା । ଫଳରେ ସେ ଘଟମାସ୍ଥଳରେ ହିଁ ପ୍ରାଣ ହରାଇଥିଲେ ।ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଲହୁଣୀପଡ଼ା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥ୍ଳରେ ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଜବତ କରି ବ୍ୟଟଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.