ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

କାର୍- ବାଇକ୍ ମୁହାଁମୁହିଁ ଧକ୍କା, ବାଇକ୍ ଚାଳକ ଗୁରୁତର

Published By : Prameya | May 15, 2025 9:09 PM

ସିଂଘିଯୁବା,୧୫/୫ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ହସ୍ପିଟାଲ ଛକରେ ଗୁରୁବାର ସନ୍ଧ୍ୟା ୮ଟା ସମୟରେ କାର୍ ଓ ବାଇକ୍ ମଧ୍ୟରେ ଧକ୍କା ହୋଇଛି । ଫଳରେ ବାଇକ ଚାଳକ ଗୁରୁତର ହୋଇପଡ଼ିଛନ୍ତି । ଗୁରୁତର ଜଣଙ୍କ ଟାଙ୍ଗର୍କର୍ଲେ ଗ୍ରାମର ସୁମନ୍ତ ଭୋଇ (୪୫) ବୋଲି ଜଣାପଡ଼ିଛି।  

ସୂଚନା ଅନୁସାରେ, ବିନିକା ପଟୁ ଆସୁଥିବା କାର୍ ନଂ ୨୫ ବିଏଚ ୪୨୬୦ଏଫ୍ ଗାଡ଼ି ରାମପୁର ହସ୍ପିଟାଲ ଛକଠାରେ ଜଣେ ବାଇକ ଆରୋହୀ ଗାଡ଼ି ନଂ ଓଡି ୧୭ସି ୭୪୯୦ ରେ ରାମପୁର ମେନ୍ ରୋଡକୁ ଆସୁଥିବାବେଳେ କାର୍ ଓ ବାଇକ୍ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ବାଇକ୍ ଆରୋହୀ ଘଟଣାସ୍ଥଳରେ ଗୁରୁତର ହୋଇପଡ଼ିଥିଲେ । ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଧକ୍କା ଦେଇଥିବା କାର୍ ଚାଳକ ନିଜ କାରରେ ବାଇକ ଆରୋହୀଙ୍କୁ ରାମପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଡୁଙ୍ଗୁରିପାଲି ସରକାରୀ ଡାକ୍ତରଖାନାକୁ ପଠାଇଥିଲେ । ଏ ନେଇ ରାମପୁର ଥାନାରେ କୌଣସି ମଲାଲା ରୁଜୁ ହୋଇନଥିବାବେଳେ ରାମପୁର ପୋଲିସ ତଦନ୍ତ ଜାରି ରଖିଛି ବୋଲି ରାମପୁର ଆଇଆଇସି ପଦ୍ମାସିନୀ ମେହେର ପ୍ରତିକ୍ରିୟା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.