ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

କଟକ-ସାଲେପୁର ରାସ୍ତାରେ ବଢ଼ୁଛି ଦୁର୍ଘଟଣା; କାର୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର

Published By : Harapriya Sethi | July 6, 2025 10:17 AM

କଟକ, ୦୬/୦୭: କଟକ ସାଲେପୁର ମୁଖ୍ୟ ରାସ୍ତା ନାନ୍ଦୋଳ ଗଡ଼ା ପେଟ୍ରୋଲ ଟାଙ୍କି ନିକଟରେ ଦୁର୍ଘଟଣା । କାର୍‌ ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ଜଣକ ହେଲେ ଜପକୁଦ ଫାଣ୍ଡି ଗରୁଡ଼ପୁର ଗାଁର ପଦ୍ମଲୋଚନ ବେହେରା ।

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ ତିନି ଜଣ ଯୁବକ ଏକ ବାଇକ୍ ଯୋଗେ ସାଲେପୁରରୁ ଫେରୁଥିବା ସମୟରେ କଟକରୁ ସାଲେପୁର ଅଭିମୁଖେ ଏକ କାର୍‌ ଆସୁଥିଲା । ଏହି ସମୟରେ ନାନ୍ଦୋଳ ଗଡା ପେଟ୍ରୋଲ ଟାଙ୍କି ନିକଟରେ ଉଭୟ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲେ । ଫଳରେ ତିନି ଜଣଙ୍କ ମଧ୍ୟରୁ ଜଣେ ଯୁବକ ଗୁରୁତର ହୋଇଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ । ସମସ୍ତଙ୍କୁ ପ୍ରଥମେ ସାଲେପୁର ମେଡିକାଲ ଅଣାଯାଇଥିଲା । ପରେ ଗୁରୁତର ଯୁବକଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏସମ୍ପର୍କରେ ଖବର ପାଇ ପୁଲିସ ଗାଡ଼ିକୁ ଜବତ କରିବା ସହ ତଦନ୍ତ କରୁଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.