ପ୍ରମୁଖ ଖବର
  • ଯାଜପୁର,ଯୋକଡିଆ ନିକଟ ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇ ପାଣିରେ ଭାସିଯାଇ ୨ ଭାଇ ନିଖୋଜ
  • ||
  • ବିଧାନସଭା କ୍ଷେତ୍ର ପାଇଁ ଆଉ ୪ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ପ୍ରକାଶ ପାଇଁ ଓଡ଼ିଶା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି, ମେ ୧୩ ତାରିଖରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ
  • ||
  • ବିଶ୍ୱ ଐତିହ୍ୟ ଦିବସ: ଆଜି ସୂର୍ଯ୍ୟମନ୍ଦିରରେ ମାଗଣା ପ୍ରବେଶ କରିପାରିବେ ପର୍ଯ୍ୟଟକ
  • ||
  • ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଶୁକ୍ରବାର ୧୦୨ ଆସନରେ ହେବ ମତଦାନ, ୧୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ
  • ||
  • IPL 2024ରେ ପଞ୍ଜାବକୁ ଭେଟିବ ମୁମ୍ବାଇ, ତିଳକ-ଅର୍ଶଦୀପ ଲଢ଼େଇକୁ ଅପେକ୍ଷା
  • ||
  • ଆହୁରି ତେଜିବ ତାତି, ସପ୍ତାହେ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ଖରା ପାଇଁ ତିନି ଦିନ ସ୍କୁଲ ଛୁଟି
  • ||

ମହୀଶୂରରେ କାର-ବସ୍‌ ମଧ୍ୟରେ ଧକ୍କା, ୨ ନାବାଳକଙ୍କ ସହ ୧୦ ମୃତ : ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକ : କର୍ଣ୍ଣାଟକର ମହୀଶୂର ପାଖ ତିରୁମାକୁଡାଳୁ ନରସିଂହପୁରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର-ବସ୍‌ ମଧ୍ୟରେ ଜୋରଦାର ଧକ୍କା ହେବା ଫଳରେ ୨ ନାବାଳକଙ୍କ ସହ ୧୦ ଲୋକଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨-୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

{"width":698,"height":392}
car and bus collided

ଏହାସହ ମଧ୍ୟ ପଢନ୍ତୁ - ଦିଲ୍ଲୀ ଲଜପତ୍‌ ନଗର ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ

wp:html /wp:html

ମହୀଶୂରର ତିରୁମାକୁଡାଳୁ ନରସିଂହପୁରାରେ ଇନୋଭା କାର ଓ ବସ୍‌ ମଧ୍ୟରେ ହୋଇଥିବା ଜୋରଦାର ଧକ୍କାରେ କାର୍‌ ଓ ବସ୍‌ ଉଭୟ କ୍ଷତିଗ୍ରସ୍ତ ହୋଇଛି। କାର୍‌ରେ ବସିଥିବା ଲୋକଙ୍କ ମଧ୍ୟରୁ ଜଣେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏବଂ ତାଙ୍କର ଚିକିତ୍ସା ଚାଲିଛି। ମହୀଶୂରର ଏସପି ସୀମା ୧୦ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି। ପୁଲିସ ଘଟଣା ସ୍ଥଳରେ ରେସ୍କ୍ୟୁ ଅପରେସନ ଜାରି ରଖିଛି। ମୃତଦେହକୁ କାରରୁ ବାହାର କରି ପୋଷ୍ଟ ମର୍ଟମ ପାଇଁ ପଠାଇ ଦିଆଯାଇଛି । ସେପଟେ ଆହତଙ୍କର ହସ୍ପିଟାଲରେ ଚିକିତ୍ସା ଚାଲିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.