ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ୨ମୃତ, ଦୁଇ ଆହତ

Published By : Harapriya Sethi | March 19, 2025 9:23 AM

ଭୁବନେଶ୍ୱର,୧୯/୦୩: ୫୭ ନମ୍ୱର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ୍‌ ସହ ପିଟିହେଲା କାର୍‌ । ଦୁର୍ଘଟଣାରେ କାର୍‌ରେ ଯାଉଥିବା ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍‌ରେ ଥିବା ୨ ଯାତ୍ରୀ ଆହତ ହୋଇଛନ୍ତି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସେମାନେ ଦମ୍ପତ୍ତି ହୋଇଥିବା ଅନୁମାନ କରାଯାଉଛି । ଖୋର୍ଦ୍ଧା ଜିଲ୍ଲା ୫୭ ନମ୍ୱର ଜାତୀୟ ରାଜପଥ ଟିକାତାଳ ଆଦର୍ଶ ବିଦ୍ୟାଳୟ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଏକ ମାରୁତି ସିଲେରିଓ କାର୍ ନୟାଗଡରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ବିଶାଖା ନାମକ ବସ୍ ଆସିଥିଲା । ୫୭ ନମ୍ୱର ଜାତୀୟ ରାଜପଥ ଟିକାତାଳ ଆଦର୍ଶ ବିଦ୍ୟାଳୟ ନିକଟରେ ଉକ୍ତ କାର୍‌ ସହ ବସ୍‌ଟି ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ କାର୍‌ରେ ଯାତ୍ରା କରୁଥିବା ୨ ଜଣ ପ୍ରାଣ ହରାଇଥିଲେ ଏବଂ ବସ୍‌ରେ ଥିବା ୨ ଜଣ ଯାତ୍ରୀ ଆହତ ହୋଇଥିଲେ । ଏହା ଦେଖି ଘଟଣା ସ୍ଥଳରୁ ବସ୍ ଡ୍ରାଇଭର ଫେରାର ହୋଇଯାଇଥିଲା । ଦୁର୍ଘଟଣା ହୋଇଥିବା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବେଗୁନିଆ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚିଛି । ସେଠାରେ ପହଞ୍ଚି କାର୍‌ରୁ ମୃତଦେହ ଦ୍ୱୟ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ କରୁଛି ବେଗୁନିଆ ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.