ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମୁଖ୍ୟମନ୍ତ୍ରୀଙ୍କ କାରକେଡକୁ ଧକ୍କା ଦେଲା ଅଜଣା ଗାଡି, ୩ ଗାଡି ନଷ୍ଟ, ୫ ପୋଲିସ କର୍ମୀ ଆହତ…

Published By : Ladu Kishor | December 11, 2024 5:28 PM

ନୂଆଦିଲ୍ଲୀ: ରାଜସ୍ଥାନର ରାଜଧାନୀ ଜୟପୁରରୁ ଏକ ବଡ ଖବର ଏବେ ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ କାକକେଡ ସହିତ ଏକ କାର ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏଥି ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି। ତାଙ୍କୁ ଚିକିତ୍ସା ପାଇଁ ମହାତ୍ମା ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ଦୁର୍ଘଟଣା ସମୟରେ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ନିଜେ କାରକେଡରେ ଉପସ୍ଥିତ ଥିଲେ। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ମୁଖ୍ୟମନ୍ତ୍ରୀ ନିଜେ କାରରୁ ଓହ୍ଲାଇ ଦୁର୍ଘଟଣା ସମ୍ପର୍କରେ ପଚାରି ବୁଝିଛନ୍ତି । ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆହତ ମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ପଠାଯାଇଛି। ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନିଜେ ଆହତଙ୍କ ସହ ଡାକ୍ତରଖାନା ଯାଇଥିବା ଜଣାପଡିଛି । 

ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନରେ ଜୟପୁରର ଏନଆରଆଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ କାରକେଡରେ ଅନ୍ତର୍ଭୁକ୍ତ ଗାଡି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଦୁର୍ଘଟଣା ସହ ଜଡିତ ଚିତ୍ର ଏବଂ ଭିଡିଓ ଗୁଡିକରେ ଦେଖିବାକୁ ମିଳୁଛି ଯେ, ଦୁଇଟି ବୋଲେରୋ ଏବଂ ଏକ ଏର୍ଟିଗା ଗାଡି ନଷ୍ଟ ହୋଇଛି। 

ମୁଖ୍ୟମନ୍ତ୍ରୀ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଯାହା ସୂଚନା ରହିଛି, ହଠାତ୍ ଆଗରୁ ଏକ ଏର୍ଟିଗା ଗାଡି କାରକେଡ ଭିତରକୁ ପଶି ଆସିବା ପରେ କାରକେଡରେ ଅନ୍ତର୍ଭୁକ୍ତ ଗାଡିର ଡ୍ରାଇଭର ଭାରସାମ୍ୟ ହରାଇଥିଲେ। ଏହା ପରେ ଗୋଟିଏ ବୋଲେରୋ ଡିଭାଇଡର୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା ଏବଂ ଅନ୍ୟ ଗାଡି ପୋଲିସ୍ ବ୍ୟାରିକେଡ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ଅଧିକାରୀ କହିଛନ୍ତି,'ଏହି ଦୁର୍ଘଟଣାରେ ଦୁଇ ଜଣ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଗାଡିଟିକୁ ଅଟକାଇ ସଙ୍ଗେ ସଙ୍ଗେ ଆହତ ବ୍ୟକ୍ତିଙ୍କୁ ତାଙ୍କ ଗାଡିରେ ମହାତ୍ମା ଗାନ୍ଧୀ ଡାକ୍ତରଖାନାକୁ ନେଇଥିଲେ। ଅନ୍ୟ ସାମାନ୍ୟ ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.