ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଭୀମଦଳୀ ଘାଟିରୁ ତଳକୁ ଖସିଲା କାର୍, ତିନି ଆହତ

Published By : Rasmita Pradhan | July 4, 2025 8:27 AM

ମୋହନା, ୦୪/୦୭ : ଘାଟିରୁ ୧୦ ଫୁଟ ତଳକୁ ଖସିଲା କାର୍। ଅଳ୍ପକେ ବର୍ତ୍ତିଲେ ଗୋଟିଏ ପରିବାରର ୩ ସଦସ୍ୟ। ଗଜପତି ଜିଲ୍ଲା ଅଡ଼ବା ଥାନା ଖାରୀଗୁଡା ପଞ୍ଚାୟତର ଭୀମଦଳୀ ଘାଟିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି। 

ସୂଚନାନୁଯାୟୀ, ରାୟଗଡ଼ା ଜିଲ୍ଲା ରାମନାଗୁଡା ଗାଁର ଏ.ଶିବ ପ୍ରସାଦ ତାଙ୍କ ସ୍ତ୍ରୀ ଏ. ଭାରତୀ ଓ ଝିଅ ଏ.ତେଜସ୍ୱିନୀ କାରରେ ଖୋର୍ଦ୍ଧା ହଷ୍ଟେଲକୁ ଯାଉଥିଲେ। ଭୋର ସମୟରେ ଗଜପତି ଜିଲ୍ଲା ଅଡ଼ବା ଥାନା ଖାରୀଗୁଡା ପଞ୍ଚାୟତର ଭୀମଦଳୀ ଘାଟିରେ ଗୋଟିଏ ବସ୍‌କୁ ସାଇଡ୍ ଦେବାବେଳେ ଘାଟିରେ ୧୦ ଫୁଟ ତଳକୁ କାର୍‌ଟି ଖସିପଡ଼ିଥିଲା। ଏହି ଦୁର୍ଘଟଣାରେ ଏ.ଶିବ ପ୍ରସାଦ ଓ ତାଙ୍କ ପରିବାର ଆହତ ହୋଇଥିଲେ। ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ମୋହନା ମେଡିକାଲରେ ଭର୍ତ୍ତି କରିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.