ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବାଇକକୁ ଧକ୍କା ଦେଲା କାର; ଚାଳକ ମୃତ, କାର ଫେରାର

Published By : Bijay Swain | July 28, 2025 6:35 PM

ବ୍ରହ୍ମବରଦା,୨୮/୭(ଆପ୍ର): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଦମପାଳ ଗ୍ରାମରେ ଅଘଟଣ । ବାଇକକୁ ଧକ୍କା ଦେଲା କାର । ଫଳରେ ବାଇକ ଚାଳକ ରାସ୍ତା କଡରେ ଥିବା ଏକ ଅଳିଆ କୁଣ୍ଡରେ ପିଟି ହୋଇ ଗୁରୁତର ହୋଇ ପଡିଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକୁ ନେଇଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । 

ସୂଚନା ମୁତାବକ, ମୃତ ବାଇକ ଚାଳକ ଜଣକ ହେଲେ ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନୋଷ୍ଠା ଗ୍ରାମର ସାଧୁ ଚରଣ ମହାନ୍ତିଙ୍କ ବଡ ପୁଅ ସଂଜୟ(୨୫) ବୋଲି ଜଣାପଡିଛି । ବାଲିଚନ୍ଦ୍ରପୁର ପୋଲିସ ମୃତ ଦେହ ଜବତ କରିବା ସହ ଦୁର୍ଘଟଣା ଘଟାଇଥିବା କାରକୁ ଜବତ କରିବା ପାଇଁ ତଦନ୍ତ ଜାରି ରଖିଛି । ଏକ ଅପମୃତ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଧର୍ମଶାଳାକୁ ପଠାଇ ଦିଆଯାଇଛି ।

ସୂଚନା ମୁତାବକ, ରବିବାର ରାତି ପ୍ରାୟ ୯ଟା ୪୦ ମିନିଟ ସମୟରେ ନୋଷ୍ଠା ଗ୍ରାମର ସାଧୁ ଚରଣ ମହାନ୍ତିଙ୍କ ବଡପୁଅ ସଂଜୟ ଏକ ବାଇକ ଯୋଗେ ମାମୁଁ ଘର କଦମପାଳରୁ ଘରକୁ ଫେରୁଥିବା ସମୟରେ କଦମପାଳ ହାଟ ପଡିଆ ନିକଟରେ ତାଙ୍କ ପଛ ପଟକୁ ଏକ ମାରୁତି ସୁଇଫ୍ଟ କାର ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ସ୍ଥାନୀୟ ଲୋକେ ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.