ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ହାଇୱାକୁ ପଛପଟୁ ପିଟିଲା କାର୍: ୪ ଆହତ, ୨ ଗୁରୁତର

Published By : Harapriya Sethi | April 9, 2025 7:15 AM

ଭୁବନେଶ୍ୱର, ୦୯/୦୪: ନୂଆଗାଁ ଥାନା ସଂପଡା ନିକଟରେ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା କାର୍ । ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ଗିରିଜା ବେହେରା ଏବଂ ରଚନା ବେହେରାଙ୍କୁ ଗୁରୁତର ଅବସ୍ଥାରେ ଭୂବନେଶ୍ବର ସ୍ଥାନାନ୍ତର କରାଯାଇଛି । ଆହତମାନେ  ବଲାଙ୍ଗୀର ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କୁ ନୟାଗଡ ମେଡିକାଲରେ ଭର୍ତ୍ତି କରାଯାଇଛି । ନୟାଗଡ଼ ଜିଲ୍ଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟରାଜପଥର ସଂପଡା ନିକଟରେ ଏବଳି ଘଟଣା ଘଟିଛି । 

ସୂଚନା ମୁତାବକ, ବୁଧବାର ଭୋରୁ  ବଲାଙ୍ଗୀର ଅଞ୍ଚଳର ଗିରିଜା ବେହେରାଙ୍କର ଡାଇଲିସିସ୍ କରିବା ପାଇଁ ସମ୍ପର୍କୀୟମାନେ ଏକ ଇନୋଭା କାରରେ କଟକ ଆସୁଥିଲେ । ଏହି ସମୟରେ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ସଂପଡା ନିକଟରେ ଆଗରେ ଯାଉଥିବା ହାଇୱା ହଠାତ୍ ବ୍ରେକ୍ ମାରିଥିଲା । ଯାହା ଫଳରେ କାର୍‌ଟି ଟ୍ରକ୍ ପଛରେ ପିଟି ହୋଇଯାଇଥିଲା । ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ୪ ଜଣ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକ୍ ତୁରନ୍ତ ପୋଲିସକୁ ଖବର ଦେଇତିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଛି । ଗୁରୁତର ଭୂବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ବେଳେ ଆହତମାନେ ନୟାଗଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.