ପ୍ରମୂଖ ଖବର
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଦୋକାନକୁ ପିଟିଲା କାର୍: ୨ମୃତ, ଡ୍ରାଇଭର୍‌ ଫେରାର୍‌

Published By : Harapriya Sethi | February 12, 2025 10:14 AM

ଭୁବନେଶ୍ୱର,୧୨/୦୨: ଇଟାମାଟି ବଜାରରେ ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇ ଦୋକାନକୁ ପିଟିଲା କାର୍ । ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । । ମହାରାଷ୍ଟ୍ର ନାଗପୁର ଅଞ୍ଚଳର ପଥଚାରୀ ଏବଂ କାର୍ ପଛରେ ବସିଥିବା ବୋଲଗଡ ଅଞ୍ଚଳର ସୂର୍ଯ୍ୟକାନ୍ତ ପ୍ରଧାନ ମୃତ । ଦୁର୍ଘଟଣା ପରେ ଫେରାର୍ ହେଲା କାର୍ ଡ୍ରାଇଭର୍ । ନୟାଗଡ଼ ଜିଲ୍ଲା ଇଟାମାଟି ବଜାରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଏକ କାର୍‌ରେ ମହାରାଷ୍ଟ୍ର ନାଗପୁର ଅଞ୍ଚଳର ପଥଚାରୀ ଏବଂ ବୋଲଗଡ ଅଞ୍ଚଳର ସୂର୍ଯ୍ୟକାନ୍ତ ପ୍ରଧାନ ଯାଉଥିବା ବେଳେ ଡ୍ରାଇଭର ଗାଡି ଚଳାଉଥିଲେ । ଏହି ସମୟରେ ଗାଡ଼ିଟି ଇଟାମାଟି ବଜାରରେ ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇଥିଲା । ପରେ ଏକ ଦୋକାନକୁ ମଧ୍ୟ ପିଟିଥିଲା । ଏହି ଦୁର୍ଘଟଣା ଫଳରେ ଗାଡ଼ିରେ ଯାତ୍ରା କରୁଥିବା ୨ ବ୍ୟକ୍ତି ପ୍ରାଣ ହରାଇଥିଲେ । ଏହା ଦେଖି ଗାଡ଼ିର ଡ୍ରାଇଭର୍‌ ଘଟଣା ସ୍ଥଳରୁ ଫେରାର୍‌ ହୋଇଥିଲା । ଦୁର୍ଘଟଣା ହେବାର ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ୨ ଜଣଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ କରୁଛି ପୋଲିସ । ତେବେ ଦୃତ ଗତିରେ ଗାଡ଼ି ଚଳାଇବା ଯୋଗୁ ବୁଲାଣି କାଟି ନପାରିବାରୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.