ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ମାମଲା; କେସ୍ ଡାଏରୀ ଦାଖଲ, ଶୁଣାଣି ଶେଷ

Published By : Swapna Ray | July 18, 2025 3:58 PM

କଟକ, ୧୮।୭: ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ୍ ମାମଲା । ଶୁକ୍ରବାର ସିବିଆଇ ପକ୍ଷରୁ କେସ୍ ଡାୟାରୀ ଦାଖଲ ହୋଇଥିବା ବେଳେ ହାଇକୋର୍ଟ ଶୁଣାଣି ଶେଷ କରିଛନ୍ତି । ବିଚାରପତି ଜଷ୍ଟିସ୍ ଭି. ନରସିଂହ ରାୟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି । 

ସିବିଆଇ ତଦନ୍ତକୁ ବିରୋଧ କରି ହୋଇଥିବା ଆବେଦନ ଖାରଜ ହେବା ପରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି ଶ୍ରୀ ସେଠୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ହାଇକୋର୍ଟ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି । ହେଲେ ରାୟ ପ୍ରକାଶ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ । 

କହିରଖୁ କି, ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା । ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ ମଧ୍ୟ ହୋଇଥିଲା । ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ । ହାଇକୋର୍ଟ ପୂର୍ବରୁ ଏହି ମାମଲାରେ ରାୟ ପ୍ରକାଶ କରି ତାଙ୍କ ଆବେଦନକୁ ଖାରଜ କରି ଦେଇଥିଲେ । 

ସୂଚନାନୁସାରେ, ଏକ ବିଲ୍‌ ପାସ୍‌ ପାଇଁ ୧୦ ଲକ୍ଷ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଜ୍‌ ଆଣ୍ଡ୍‌ ରୁଫ୍‌ କର୍ପୋରେସନ୍‌ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର୍‌ ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି । ଏହି ଲିଙ୍କ୍‌ରେ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ କରାଯିବା ସହ ବିଭିନ୍ନ ରେକର୍ଡ ପତ୍ର ଯାଞ୍ଚ କରାଯାଇଥିଲା । ବିଷ୍ଣୁପଦ ସେଠୀ ଏବଂ ତାଙ୍କ ପତ୍ନୀଙ୍କ ନାଁରେ ଥିବା ଆକାଉଣ୍ଟକୁ ଅଚଳ କରି ଦିଆଯାଇଥିଲା । ସିବିଆଇ ରେଡ୍‌କୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ । ପ୍ରାରମ୍ଭିକ ଶୁଣାଣିରେ ହାଇକୋର୍ଟ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.