PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

‘କାଳୀ’ର ସିଗାରେଟ୍ ପୋଷ୍ଟରକୁ ନେଇ ବିବାଦ ପରେ ନିର୍ଦ୍ଦେଶକ ନାଁରେ ଏଫଆଇଆର

ମୁମ୍ବାଇ ୦୫/୦୭: ଡକ୍ୟୁମେଣ୍ଟାରୀ ଫିଲ୍ମ ‘କାଳୀ’ର ପୋଷ୍ଟର ବାହାରିବା ମାତ୍ରେ ବିବାଦରେ। ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ୍ ହେବା ପରେ ୟୁଜର୍ସ ନିର୍ମାତାଙ୍କୁ ଟାର୍ଗେଟ୍ କରିନେଲେ । ଏହି ଫିଲ୍ମଟି ନିର୍ଦ୍ଦେଶକ ଲୀନା ମଣିମେକଲାଇ ପ୍ରସ୍ତୁତ କରିଛନ୍ତି। ଲୋକଙ୍କ ଅନୁଯାୟୀ ସେମାନେ ହିନ୍ଦୁମାନଙ୍କ ଭାବନାକୁ ଆଘାତ ଦେଇଛନ୍ତି। ରିଲିଜ୍ ହୋଇଥିବା ପୋଷ୍ଟରରେ ଜଣେ ମହିଳା ମା’ କାଳୀ ପରି ପୋଷାକ ପିନ୍ଧିଛନ୍ତି। ସେ ସିଗାରେଟ୍ ଟାଣୁଥିବାର ଦେଖାଯାଇଛି। ସେ ଗୋଟିଏ ହାତରେ LGBT ସମ୍ପ୍ରଦାୟର ପତାକା ଏବଂ ଅନ୍ୟ ହାତରେ ତ୍ରିସୂଳ ଧରିଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟର ସେୟାର କରି ଲୀନାଙ୍କୁ ଗିରଫ କରିବାକୁ ଦାବି କରାଯାଉଛି।

ବର୍ତ୍ତମାନ ଏ ମାମଲାରେ ଲୀନାଙ୍କ ବିରୋଧରେ ଏକ ଏଫ୍ଆଇଆର୍ ପଞ୍ଜିକୃତ ହୋଇଛି। ପୋଷ୍ଟରକୁ ନେଇ ଫିଲ୍ମର ନିର୍ଦ୍ଦେଶକଙ୍କ ବିରୋଧରେ ଜଣେ ଓକିଲ ଏଫଆଇଆର ଦାଖଲ କରିଛନ୍ତି। ଏହା ସହିତ ଗୋ ମହାସଭା ନାମକ ଏକ ସଂସ୍ଥା ଦିଲ୍ଲୀ ପୋଲିସ ଏବଂ ଗୃହ ମନ୍ତ୍ରଣାଳୟ ନିକଟରେ ଅଭିଯୋଗ କରିଛନ୍ତି।