ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଗୋରୁ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ: ୨ ଗୋରୁ ମୃତ, ଡ୍ରାଇଭର ଗୁରୁତର

Published By : Harapriya Sethi | December 2, 2024 12:32 PM

କେନ୍ଦୁଝର,୦୨/୧୨: ବୋଲେରୋରେ ଗୋରୁ ଚାଲାଣ ବେଳେ ଦୁର୍ଘଟଣା ଗ୍ରସ୍ତ ହେଲା ଗାଡ଼ି । ଦ୍ରୁତ ଗତିରେ ଯାଇ ଟ୍ରକ୍ ପଛରେ ପିଟି ହେଲା ବୋଲେରୋ । ଗାଡ଼ିରେ ୬ଟି ଗୋରୁ ଚାଲାଣ ହେଉଥିବା ବେଳେ ଦୁଇଟି ଗୋରୁଙ୍କ ମୃତ୍ୟୁ ହୋଇଛି । ଆଉ ଦୁଇ ଗୋରୁଙ୍କ ସମେତ ଗାଡିର ଡ୍ରାଇଭର ଗୁରୁତର ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଶୁଆକାଠି ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ଗୋରୁ ବୋଝେଇ ବୋଲେରୋ ଦ୍ରୁତ ଗତିରେ ଯାଉଥିଲା । ଶୁଆକାଠି ନିକଟ ଡଙ୍ଗାପାଣି ଠାରେ ଗାଡ଼ିଟି ଏକ ଟ୍ରକ୍ ପଛରେ ଧକ୍କା ହୋଇଥିଲା । ଫଳରେ ଗାଡିରେ ଥିବା ୬ ଗୋରୁଙ୍କ ମଧ୍ୟରୁ ୨ ଟି ଗୋରୁ ପ୍ରାଣ ହରାଇଥିବା ବେଳେ ଆଉ ଦୁଇ ଗୋରୁ ଗୁରୁତର ହୋଇଥିଲେ । ଏହି ଦୁର୍ଘଟଣାରେ ଗାଡ଼ିର ଡ୍ରାଇଭର ମଧ୍ୟ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ସଦର ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଉଭୟ ଘଟଣା ସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ଗୋରୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି ଅଗ୍ନିଶମ ବାହିନୀର ଟିମ୍‌ । ପରେ ଗୁରୁତର ହୋଇଥିବା ଗୋରୁଙ୍କୁ ଚିକିତ୍ସା ପାଇଁ ପଠାଯାଇଛି । ପୋଲିସ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛି ।   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.