ପ୍ରମୂଖ ଖବର
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ଗୋରୁ ବୋଝେଇ ଗାଡ଼ି ଜବତ, ୨ ଗିରଫ

Published By : Harapriya Sethi | December 19, 2024 8:49 AM

ଭଦ୍ରକ,୧୯/୧୨: ଚାଲାଣ ବେଳେ ସନ୍ଥିଆରୁ ଧରା ପଡିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍‌ । ୧୭ ଗୋରୁଙ୍କୁ ଉଦ୍ଧାର କଲା ପୁରୁଣା ବଜାର ପୋଲିସ । ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି । ଭଦ୍ରକ ଜିଲ୍ଲା ପୁରୁଣା ବଜାର ଥାନା ଅନ୍ତର୍ଗତ ବନ୍ତ ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବନ୍ତ ଅଞ୍ଚଳରୁ ଏକ ପିକଅପ୍‌ ଭ୍ୟାନ ଗୋରୁ ବୋଝେଇ କରି ଭଦ୍ରକ ଅଭିମୁଖେ ଆସୁଥିଲା । ଏନେଇ ପୋଲିସ ପର୍ବରୁ ଖବର ପାଇଥିଲା । ଖବର ପାଇ ପୋଲିସ ଛକି ରହିଥିଲା । ରାତିରେ ଗୋରୁ ବୋଝେଇ କରି ଚାଲାଣ କରିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହୋଇଛି । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି । ଗାଡ଼ିରୁ ସମସ୍ତ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ସେମାନଙ୍କୁ ଗୋଶାଳାରେ ଛଡାଯିବ ବୋଲି ଆଆଇସି ନିରୋଜ ସାମଲ ସୂଚନା ଦେଇଛନ୍ତି । ଏନେଇ ଥାନାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.