ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ଫଳ; ଦ୍ୱାଦଶରେ ୮୮. ୩୯%, ଦଶମରେ ୯୩.୬୦% ପାସ୍‌ହାର, ପୁଅଙ୍କୁ ଟପିଲେ ଝିଅ

Published By : Ankita S | May 13, 2025 11:50 AM

ନୂଆଦିଲ୍ଲୀ,୧୩/୦୫: ସିବିଏସ୍ଇ ପରୀକ୍ଷା ଫଳ ପ୍ରକାଶ ପାଇଛି । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପରିଚାଳିତ ଦ୍ୱାଦଶ ଓ ଦଶମ ଶ୍ରେଣୀ ରେଜଲ୍ଟ ବାହାରିଛି । ଦ୍ୱାଦଶ ପାସ୍ ହାର ୮୮. ୩୯  ପ୍ରତିଶତ ରହିଛି । ଗତ ବର୍ଷ ତୁଳନାରେ ୦.୧୪% ବୃଦ୍ଧି । ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ପ୍ରଦର୍ଶନ ଭଲ ରହିଛି । ଦେଶରେ ଛାତ୍ରୀଙ୍କ ପାସ୍‌ହାର ୯୧.୬୪% ରହିଛି । ଛାତ୍ରଙ୍କ ପାସ୍‌ହାର ୮୫.୭୦ ପ୍ରତିଶତ ରହିଛି । www.cbseresults.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । ଡିଜି ଲକର ୱେବ୍‌ସାଇଟ୍‌ରେ ରେଜଲ୍ଟ ଦେଖିପାରିବେ ଛାତ୍ରୀଛାତ୍ରୀ । ଅପରାହ୍ନରେ ସିବିଏସ୍‌ଇ ଦଶମ ପରୀକ୍ଷା ଫଳ ବାହାରିବ ।

ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ପ୍ରାୟ ୧୭,୦୪,୩୬୭ ଛାତ୍ରାଛାତ୍ରୀ ରେଜିଷ୍ଟ୍ରେସେନ କରିଥିଲେ । ୧୬,୯୨,୭୯୪ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୧୪,୯୬ ୩୦୭ ପାସ୍ କରିଛନ୍ତି । ୧୯,୨୯୯ ସ୍କୁଲରେ ପରୀକ୍ଷା ହୋଇଥିଲା । ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ ପାସ୍‌ହାର ଅଧିକ ରହିଛି । ଗତବର୍ଷ ଦ୍ୱାଦଶରେ ପାସ୍‌ହାର ୮୭.୯୮ ପ୍ରତିଶତ ରହିଥିଲା । ସିବିଏସ୍‌ଇ  ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ୍‌ ୪ରେ ଶେଷ ହୋଇଥିଲା । 

ପ୍ରଥମେ ଦ୍ୱାଦଶ ଓ ପରେ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଦଶମରେ ପାସ୍‌ହାର ୯୩.୬୦% ରହିଛି । ପୂର୍ବବର୍ଷ ତୁଳନାରେ ପାସ୍‌ହାର ୦.୦୬ ପ୍ରତିଶତ ଅଧିକ ରହିଛି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ହାର ଅଧିକ । ବିଜୟୱାଡାରେ ପାସ୍‌ହାର ୯୯.୭୯ ଓ ବେଙ୍ଗାଲୁରୁରେ ୯୮.୯୦ ପ୍ରତିଶତ ରହିଛି ।

ସୂଚନାଯୋଗ୍ୟ, ଅପରାହ୍ନରେ ସିବିଏସ୍‌ଇ ଦଶମ ପରୀକ୍ଷା ପଳ ବାହାରିବ । ଗତ ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧ ଯାଏ ଦଶମ ପରୀକ୍ଷା ହୋଇଥିଲା । ଚଳିତବର୍ଷ ସାରା ଦେଶରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ୪୪ ଲକ୍ଷ ପିଲା ପରୀକ୍ଷା ଦେଇଛନ୍ତି ।  ୱେବ୍‌ସାଇଟ୍‌ www.cbseresults.nic.in ରେ ରେଜଲ୍ଟ ଉପଲବ୍ଧ ହେବ । ପିଲାମାନେ ସେମାନଙ୍କର ରୋଲ୍‌ ନମ୍ବର, ଜନ୍ମ ତାରିଖ ପ୍ରଦାନ କରି ରେଜଲ୍ଟ ଦେଖିପାରିବେ । ମାର୍କସିଟ୍ ଡାଉନଲୋଡ଼ ମଧ୍ୟ କରିପାରିବେ ।

କେମିତି ଦେଖିବେ ରେଜଲ୍ଟ-

.ସିବିଏସ୍‌ଇ ୱେବସାଇଟ୍ cbseresults.nic.inକୁ ଯାଆନ୍ତୁ

. ସିବିଏସ୍‌ଇ ଦ୍ୱାଦଶ ରେଜଲ୍ଟ ୨୦୨୫ରେ କ୍ଲିକ କରନ୍ତୁ

. ଏବେ ରୋଲ ନମ୍ବର ସହିତ ଆବଶ୍ୟକୀୟ ତଥ୍ୟ ଦିଅନ୍ତୁ

. ମାର୍କସିଟ ଆପଣଙ୍କ ସ୍କ୍ରିନ୍‌ରେ ଆସିବ

. ରେଜଲ୍ଟ ଚେକ୍‌ କରି ଡ଼ାଉନଲୋଡ କରିବେ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.