ପ୍ରମୂଖ ଖବର
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଡେରାବିଶ ବ୍ଲକ ଅଫିସରୁ ସିଡିପିଓକୁ କରାଗଲା ଅପସାରଣ

Published By : Suraj Kumar | October 30, 2024 4:05 PM

ଭୁବନେଶ୍ୱର, ୩୦।୧୦ : କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅଧୀନସ୍ଥ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସ୍ନେହଲତା ସାହୁଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ବ୍ଲକ ଅଫିସରୁ ଅପସାରଣ କରାଯାଇଛି। 

କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅଧୀନସ୍ଥ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସ୍ନେହଲତା ସାହୁଙ୍କ ଅବହେଳା ପାଇଁ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିଡିପିଓ ସ୍ନେହଲତା ସାହୁଙ୍କୁ ବ୍ଲକ ଅଫିସରୁ ଅପସାରଣ କରାଯାଇଛି।  ଘଟଣାର ନିରପେକ୍ଷ ତଦନ୍ତ ହୋଇ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଘଟଣାର ନିରପେକ୍ଷ ଏବଂ ତ୍ୱରିତ ତଦନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.