ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଲାଞ୍ଚ ମାଗି ଧରା ପଡ଼ିଥିଲେ ସିଡିପିଓ, ୪ ବର୍ଷ ଜେଲ ଦଣ୍ଡାଦେଶ

Published By : Harapriya Sethi | October 31, 2024 9:31 AM

କଳାହାଣ୍ଡି, ୩୧/୧୦: ଭିଜିଲାନ୍ସ ମାମଲାରେ ଜେଲ୍‌ ଗଲେ ଅବସରପ୍ରାପ୍ତ ସିଡିପିଓ । ୨୦ ହଜାର ଟଙ୍କା ଲାଞ୍ଚ ମାଗି ଜେଲ୍ ଗଲେ ପୂର୍ବତନ ଲାଞ୍ଜିଗଡ଼ ସି.ଡି.ପି.ଓ ଲଷ୍ମୀବାଇ ଗୁରୁ । କଳାହଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ୨୦୧୭ ମସିହାରେ ଏକ ଛତୁଆ ପ୍ରସ୍ତୁତି ସଂସ୍ଥା ଠାରୁ ବକେୟା ଛତୁଆ ବିଲ କରେଇଦେବାକୁ  ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ପୂର୍ବତନ ଲାଞ୍ଜିଗଡ଼ ସି.ଡି.ପି.ଓ ଲଷ୍ମୀବାଇ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ । ତାଙ୍କ ନାଁରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା । ବର୍ତ୍ତମାନ ଏହି ମାମଲାର ଶୁଣାଣି ହୋଇଛି । ଏହି ମାମଲାରେ ତାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ସହିତ ୨୦ହଜାର ଜୋରିମାନା ଓ ପେନସନ ବନ୍ଦ କରିବାକୁ ମାନ୍ୟବର କୋର୍ଟ ନିର୍ଦ୍ଦେଶ ଦେଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.