PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ପଦ୍ମପୁରରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସେଣ୍ଟ୍ରାଲ ଫୋର୍ସ ମୁତୟନ ହେଉ : ଡ.ଲେଖାଶ୍ରୀ

ଭୁବନେଶ୍ୱର, ୩୦/୧୧: ପଦ୍ମପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସମାନ୍ତସିଂହାରଙ୍କ ତତ୍ୱାବଧାନରେ ବିଜେପିର ଏକ ପ୍ରତିନିଧି ମଣ୍ଡଳୀ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓଙ୍କ)ଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି । ପଦ୍ମପୁର ଉପନିର୍ବାଚନ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ କରାଯାଉ । ନିର୍ବାଚନରେ ବହୁ ସଂଖ୍ୟାରେ ପାରା ମିଲିଟାରୀ ଓ ସେଂଟ୍ରାଲଫୋର୍ସ ମୁତୟନ କରାଯାଉ ବୋଲି ଦାବି କରାଯାଇଛି ।

ସେହିପରି ପଦ୍ମପୁର ବ୍ଲକର ସମାସିଂ ଗାଁର ଜଣେ ମିଶନଶକ୍ତିର ଏମ୍‌ବିକେ ସୁନୀତା ନାୟକ ନିର୍ବାଚନ ଆଦର୍ଶ ଆଚରଣବିଧି ଉଲଘଂନ କରିଥିବାରୁ ତାଙ୍କୁ ତୁରନ୍ତ ନିଲମ୍ବିତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡ. ଲେଖାଶ୍ରୀ ଦାବି କରିଛନ୍ତି । ଏହି ପ୍ରତିନିଧି ଦଳରେ ରାଜ୍ୟ ଉପସଭାନେତ୍ରୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ଲିଗାଲ୍ ସେଲ୍ ରାଜ୍ୟ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ । 

ସମ୍ବନ୍ଧିତ ଖବର