ପ୍ରମୂଖ ଖବର
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
  • ||
  • ବାଲେଶ୍ବର ଏଫ୍‌ଏମ୍‌ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା,ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • ଏସଆଇଆର ଲଢେଇ, ନିର୍ବାଚନ କମିଶନଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିପାରେ ବିରୋଧୀ
  • ||
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

Published By : Suraj Kumar | August 18, 2025 7:28 PM

ଭୁବନେଶ୍ୱର, ୧୮।୮ : ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨ ଅନୁଯାୟୀ ସମ୍ବଲପୁରରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଖୋଲିବା ପାଇଁ ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା କରାଯାଇଛି । କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ସ୍ନାତକ ଓ ସ୍ନାତକୋତ୍ତର ସୃଷ୍ଟି କରିବା ଏବଂ ଏହି କ୍ଷେତ୍ରରେ ଉତ୍ପାଦ ବୃଦ୍ଧି ଓ ଲାଭଦାୟକ କୃଷି ପ୍ରଣାଳୀ ବିକଶିତ କରିବାରେ ସହାୟକ ହେବ । 

ଏହି ପ୍ରସ୍ତାବିତ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଓଡ଼ିଶା ପାଇଁ ଏକ ପରିବର୍ତ୍ତନକାରୀ ହେବ । କୃଷି ଗବେଷଣାକୁ ଆଗକୁ ବଢାଇବ, ଚାଷୀମାନଙ୍କୁ ସଶକ୍ତ କରିବ ଏବଂ ସ୍ଥାୟୀ କୃଷି ପଦ୍ଧତିରେ ନବସୃଜନକୁ ପ୍ରୋତ୍ସାହିତ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। କୃଷି ଓ ଆନୁଷଙ୍ଗିକ ବୃତ୍ତିକୁ ଲାଭଜନକ ଉଦ୍ୟୋଗରେ ପରିଣତ କରି ଲୋକଙ୍କ ପାଇଁ ଖାଦ୍ୟ ଓ ପୁଷ୍ଟିକର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏହି ନିଷ୍ପତ୍ତି ଲାଭଦାୟକ ସାବ୍ୟସ୍ତ ହେବ । 

 ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୀବ କୁମାର ମିଶ୍ର, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ କୁଳପତି ଡ଼ ପ୍ରଭାତ କୁମାର ରାଉଳ ପ୍ରମୁଖ ଉପସ୍ଥିତ ରହି କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରସ୍ତାବ ଉପରେ ବହୁ ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.