ପ୍ରମୂଖ ଖବର
  • ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ

Published By : Harapriya Sethi | March 20, 2025 7:54 AM

ଭୁବନେଶ୍ୱର,୨୦/୦୩: ଜେସିବି ଲଗାଇ ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ । ଏଟିଏମ୍‌କୁ ନେଇ ଅଧା ରାସ୍ତାରେ ଛାଡି ଦେଇଛନ୍ତି ଜେସିବି । ଜେସିବି ମାଲିକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିବା ସହ ତଦନ୍ତ ଆରମ୍ଭ କରିଛି ଝାରସୁଗୁଡା ସଦର ଥାନା ପୋଲିସ। 

ସୂଚନା ମୁତାବକ, ବୁଧବାର ରାତିରେ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ଟିକୁ ଏକ ଜେସିବି ସାହାଯ୍ୟରେ ତାଡ଼ି ନେଇଥିଲେ କିଛି ଦୁର୍ବୃତ୍ତ । ଏଟିଏମ୍‌ଟିକୁ ତାଡ଼ି ନେଇ ଅଧାବାଟରେ ଜେସିବିକୁ ଛାଡ଼ି ଦେଇ ଏଟିଏମ୍‌ଟିକୁ ନେଇ ଫେରାର ହୋଇ ଯାଇଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଝାରସୁଗୁଡା ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରାସ୍ତାରେ ଥିବା ଜେସିବି ଜବତ କରିବା ସହ ଜେସିବି ମାଲିକଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରଉଚରା କରୁଛି ।

ଏହି ଖବରଟିକୁ ପଢ଼ନ୍ତୁ-  ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.