ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ପୁରୀ ଗ୍ରୀନଫିଲ୍ଡ ବିମାନବନ୍ଦରକୁ ଗ୍ରୀନ୍ ସିଗନାଲ୍, ଜଗନ୍ନାଥ ଧାମରୁ ଦେଶର ସବୁ ସହରକୁ ଉଡ଼ିବ ବିମାନ

Published By : Suraj Kumar | May 5, 2025 11:02 PM

ନୂଆଦିଲ୍ଲୀ,୫।୫ :  ପୁରୀ ଓ ରାଜସ୍ଥାନର କୋଟାଠାରେ ନୂତନ ବିମାନ ବନ୍ଦର ନିର୍ମାଣକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ କିଞ୍ଜରପୁ ଏହି ୨ଟି ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣକୁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀ ଏକ ବିଶ୍ବପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ କ୍ଷେତ୍ର ଭାବେ  ଭକ୍ତ ଓ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ପୁରୀଠାରେ ଏକ ବିମାନ ବନ୍ଦର ପ୍ରତିଷ୍ଠା କରିବାର  ନିଷ୍ପତ୍ତି ଏହି ଅଞ୍ଚଳର ବିକାଶ ଏବଂ ସାମଗ୍ରିକ ଯୋଗାଯୋଗକୁ ଗୁରୁତ୍ବପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିବ। ଏହି ବିମାନ ବନ୍ଦର ପୁରୀ ଓ ଭାରତର ପ୍ରମୁଖ ମହାନଗରଗୁଡିକ ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗକୁ ବୃଦ୍ଧି କରିବାରେ ସହାୟକ ହେବ। ଏହି ନିଷ୍ପତ୍ତି ପୁରୀ ଏବଂ ଓଡିଶା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ମାଇଲଖୁଣ୍ଟ। 

କୋଟା ବିମାନବନ୍ଦର  ନିର୍ମାଣ ଦ୍ବାରା ଦୀର୍ଘ ପ୍ରତୀକ୍ଷିତ ଆଶା ପୂରଣ ହେବ। କୋଟା ଭାରତ ଭିତରେ ଏବଂ ଅନ୍ତର୍ଜାତୀୟ ସ୍ତରରେ ପ୍ରମୁଖ ଗସ୍ତବ୍ୟସ୍ଥଳ ହେବାରେ ସକ୍ଷମ ହେବ। ଏହି ନିଷ୍ପତ୍ତି  ରାଜସ୍ଥାନ କୋଟାର ଭିତ୍ତିଭୂମି ବିକାଶରେ ଏକ ପ୍ରମୁଖ ମାଇଲଖୁଣ୍ଟ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.